ସଂଚାର ବ୍ୟୁରୋ: ବାତ୍ୟା ‘ଦାନା’ ପାଇଁ ବନ୍ଦରରେ ୪ନଂ ବିପଦ ସଂକେତ ଦିଆଯାଇଛି । ପାରାଦୀପ, ଧାମରା ଓ ପୁରୀ ବନ୍ଦରକୁ ୪ନଂ ବିପଦ ସଂକେତ ଦିଆଯାଇଛି । ସେପଟେ ସମ୍ଭାବ୍ୟ ବାତ୍ୟାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ଏକ୍ସ ପେଜରେ ଲେଖିଛନ୍ତି ଆମ ସରକାର ବାତ୍ୟା ପାଇଁ ପୂରା ପ୍ରସ୍ତୁତ ଅଛନ୍ତି ।
ରାଜ୍ୟରେ ଧନ ଜୀବନକୁ ସୁରକ୍ଷିତ ରଖିବା ସହିତ ବାତ୍ୟାର ସଫଳ ମୁକାବିଲା କରିବା ନିମନ୍ତେ ଆମ ସରକାର ସମ୍ପୂର୍ଣ୍ଣ ରୂପେ ପ୍ରସ୍ତୁତ ଅଛନ୍ତି । ଏଭଳି ସମୟରେ ଜନସାଧାରଣ ରାଜ୍ୟ ସରକାର ଏବଂ ସ୍ଥାନୀୟ ପ୍ରଶାସନ ଦ୍ୱାରା ଜାରି କରାଯାଇଥିବା ବାତ୍ୟା ସତର୍କ ସୂଚନା ମାନିବାକୁ ଅନୁରୋଧ କରୁଛି ।
ଆମ ଦଳର କାର୍ଯ୍ୟକର୍ତ୍ତାମାନେ ନିଜର ଶକ୍ତି ଓ ସାମର୍ଥ୍ୟ ସହ ବାତ୍ୟା ପ୍ରଭାବିତ ହେବାକୁ ଥିବା ସ୍ଥାନର ଲୋକମାନଙ୍କୁ ସାହାଯ୍ୟ ସହଯୋଗ କରିବା ପାଇଁ ଅନୁରୋଧ କରୁଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ରାଜ୍ୟରେ ଜନସାଧାରଣଙ୍କର କିଛି କ୍ଷତି ନ ହେଉ, ଏହା ହିଁ ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା ।