Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଟଙ୍କାଏ ବଢିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ

Sanchar Live by Sanchar Live
November 14, 2024
in ଓଡିଶା
0
ଟଙ୍କାଏ ବଢିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ
0
SHARES
7
VIEWS
FacebookTwitter

ରାଜ୍ୟ ସରକାର ସ୍କୁଲପିଲାଙ୍କ ମଧ୍ୟାହ୍ନଭୋଜନ ଖର୍ଚ୍ଚକୁ ପ୍ରତି ପିଲା ପିଛା ଦୈନିକ ଏକ ଟଙ୍କା ବୃଦ୍ଧି କରିଛନ୍ତି । ଆଉ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀଙ୍କ ମାସିକ ୨ହଜାର ଟଙ୍କା ଖର୍ଚ୍ଚକୁ ମଧ୍ୟ ସମ୍ପୂର୍ଣ୍ଣ ଛାଡ଼ କରିଛନ୍ତି । ଏଣିକି ପିଲାମାନେ ଆଦର୍ଶ ସ୍କୁଲ ହଷ୍ଟେଲରେ ମାଗଣାରେ ରହିପାରିବେ ଓ ରାଜ୍ୟ ସରକାର ସେମାନଙ୍କ ହଷ୍ଟେଲ ଖର୍ଚ୍ଚ ବହନ କରିବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟସ୍ତରୀୟ ଶିଶୁ ଦିବସ ସମାରୋହରେ ଯୋଗ ଦେଇ ଏହି ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଜି କ୍ୟାପିଟାଲ ହାଇସ୍କୁଲ ପଡ଼ିଆରେ ଆୟୋଜିତ ରାଜ୍ୟସ୍ତରୀୟ ଶିଶୁ ଦିବସ ସମାରୋହ ‘ସୁରଭି’ରେ ଯୋଗ ଦେଇ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ସ୍କୁଲ ଓ ଐତିହ୍ୟ ସ୍କୁଲ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହାସହିତ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ପ୍ରତି ପିଲା ପିଛା ଏକ ଟଙ୍କା ବୃଦ୍ଧି ଘୋଷଣା କରଇଛନ୍ତି । ରାଜ୍ୟର ପ୍ରାୟ ୫୦ହଜାରରୁ ଅଧିକ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବଢ଼ୁଥିବା ପ୍ରାୟ ୪୩ଲକ୍ଷ ଛାତ୍ରଛାତ୍ରୀ ଏହାଦ୍ୱାରା ଉପକୃତ ହେବେ । ଏବେ ପ୍ରତ୍ୟେକ ପ୍ରାଥମିକ ସ୍କୁଲ ଛାତ୍ରଛାତ୍ରୀଙ୍କ ମଧ୍ୟାହ୍ନଭୋଜନ ଖର୍ଚ୍ଚ ବାବଦରେ ରାଜ୍ୟ ସରକାର ଦୈନିକ ୫.୯୦ଟଙ୍କା ଓ ଉଚ୍ଚପ୍ରାଥମିକ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ୮.୮୨ଟଙ୍କା ଦେଉଛନ୍ତି । ବଜାର ଦରବୃଦ୍ଧିକୁ ଦୃଷ୍ଟିରେ ଣଖି ସରକାର ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ପାଇଁ ଦୈନିକ ମଧ୍ୟାହ୍ନଭୋଜନ ଖର୍ଚ୍ଚରେ ଏକ ଟଙ୍କା ବୃଦ୍ଧି କରିଛନ୍ତି ।

ସେହିପରି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀଙ୍କଠୁ ନିଆଯାଉଥିବା ମାସିକ ୨ହଜାର ଟଙ୍କା ଲେଖାଏଁ ଖାଇବା ଖର୍ଚ୍ଚକୁ ସମ୍ପୂର୍ଣ୍ଣ ଛାଡ଼ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଅଭିଭାବକମାନଙ୍କ ଅନୁରୋଧକୁ ରକ୍ଷା କରି ସରକାର ଏହି ମାସିକ ଖର୍ଚ୍ଚ ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ରାଜ୍ୟର ୩୧୪ ବ୍ଲକରେ ଓଡ଼ିଶା ଆଦର୍ଶ ସ୍କୁଲ ମଧ୍ୟରୁ ୧୭୩ଟି ଆଦର୍ଶ ସ୍କୁଲରେ କସ୍ତୁରବା ବାଳିକା ବିଦ୍ୟାଳୟ ଯୋଜନା ଅଧୀନରେ ବାଳିକା ହଷ୍ଟେଲ ନିମନ୍ତେ କେନ୍ଦ୍ର ସରକାର ଅନୁମୋଦନ ଦେଇସାରିଛନ୍ତି । ଯେଉଁଠି ସମସ୍ତ ଛାତ୍ରୀଙ୍କ ନିମନ୍ତେ ମାଗଣା ରହିବା ଓ ଖାଇବାର ବ୍ୟବସ୍ଥା ରହିଛି । ବାକି ୧୪୧ଟି ବାଳିକା ହଷ୍ଟେଲ ଓ ୩୧୪ଟି ବାଳକ ହଷ୍ଟେଲରେ ଏହି ମାଗଣା ବ୍ୟବସ୍ଥା କାର୍ଯ୍ୟକ୍ଷମ ପାଇଁ ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଉଛି । ଓଡ଼ିଶା ଆଦର୍ଶ ସ୍କୁଲର ମୋଟ ୪୫୫ଟି ହଷ୍ଟେଲରେ ଅନ୍ତେବାସୀଙ୍କଠୁ ନିଆଯାଉଥିବା ମାସିକ ୨ହଜାର ଟଙ୍କା ଲେଖାଏଁ ଖାଇବା ଖର୍ଚ୍ଚକୁ ଏଣିକି ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସମସ୍ତ ହଷ୍ଟେଲରେ ଏହି ସୁବିଧା ଯୋଗାଇବା ପାଇଁ ରାଜ୍ୟ ସରକାର ମୂଳଖର୍ଚ୍ଚ ୬୩.୭୦କୋଟି ଟଙ୍କାକୁ ବାଦ୍ ଦେଲେ ବାର୍ଷିକ ୧୮୭.୧୫କୋଟି ଟଙ୍କା ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ।

ସେହିପରି ମୁଖ୍ୟମନ୍ତ୍ରୀ ଆଜି ବିଜେପି ସରକାରର ନିଜସ୍ୱ ଯୋଜନା ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ସ୍କୁଲ’କୁ ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ରାଜ୍ୟର ପ୍ରତି ପଂଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ସ୍କୁଲ ନିର୍ମାଣ ପାଇଁ ଯୋଜନା କରାଯାଇଛି । ମୋଟ ୬୭୯୪ଟି ସ୍କୁଲ ନିର୍ମାଣ କରାଯାଇ ସତ୍ୟବାଦୀ ବନ ବିଦ୍ୟାଳୟରେ ଯେପରି ଆଦର୍ଶ ଶିକ୍ଷା ପରିବେଶ ଥିଲା ତାହା ସୃଷ୍ଟି କରିବାକୁ ଲକ୍ଷ୍ୟ ରଖାଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ସବୁ ସ୍କୁଲରେ କ୍ରୀଡ଼ା, ଶାରୀରିକ ବ୍ୟାୟାମ, ସାମାଜିକ ଓ ସାଂସ୍କୃତିକ ଶିକ୍ଷା ଉପରେ ଗୁରୁତ୍ୱ ଦିଆଯିବା ସହ ସମସ୍ତ ପ୍ରକାରର ଅତ୍ୟାଧୁନିକ ଶିକ୍ଷା ଭିତ୍ତିଭୂମି ରହିବ ବୋଲି କହିଛନ୍ତି । ଏହି ଅବସରରେ ପୂର୍ବ ସରକାରଙ୍କ ‘ଫାଇଭ-ଟି ସ୍କୁଲ’ ଯୋଜନାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କଟାକ୍ଷ କରିଛନ୍ତି । ପୂର୍ବ ସରକାର ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ପାଇଁ କାମ କରିନଥିଲେ ବରଂ ପୂର୍ବ ସରକାର ଅମଳରେ ପ୍ରାଥମିକ ସ୍କୁଲରେ ଶିକ୍ଷାର ମାନ କ୍ରମାଗତ ବିପର୍ଯ୍ୟସ୍ତ ହୋଇଥିବା କହିଛନ୍ତି ।

ShareTweetShareSend
Sanchar Live

Sanchar Live

Next Post
ଦମ୍ପତିଙ୍କଠାରୁ ଲୁଟିନେଲେ ୧୫ ଲକ୍ଷ ଟଙ୍କା, ସୁନା କହି ଦେଲେ ପିତ୍ତଳ ଥାଳି

ଦମ୍ପତିଙ୍କଠାରୁ ଲୁଟିନେଲେ ୧୫ ଲକ୍ଷ ଟଙ୍କା, ସୁନା କହି ଦେଲେ ପିତ୍ତଳ ଥାଳି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.