ଭୁବନେଶ୍ୱର : ଫେବୃଆରୀ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । କାର୍ଯ୍ୟସୂଚୀ ପ୍ରକାଶ କଲା CHSE । ଫେବ୍ରୁଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ଯାଏଁ ଚାଲିବ ପରୀକ୍ଷା । ସୂଚନା ବୋର୍ଡ ପକ୍ଷରୁ ପ୍ରୋଗ୍ରାମ୍ ଘୋଷଣା ପରେ ଉତ୍ସାହିତ ଅଛନ୍ତି ଯୁକ୍ତଦୁଇ ଛାତ୍ରଛାତ୍ରୀ ।
କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ହେବ । ବିଜ୍ଞାନ ବିଭାଗର ଏମ୍ଆଇଏଲ୍ ଓଡ଼ିଆ ପରୀକ୍ଷା ୧୮ ତାରିଖରେ ହେବା ସହ ୧୯ରେ କଳା ଓ ବାଣିଜ୍ୟ ପିଲାଙ୍କ ଏମ୍ଆଇଏଲ୍ ଓଡ଼ିଆ ପରୀକ୍ଷା ହେବ ନେଇ ସୂଚନା ଦେଇଛନ୍ତି ।