ଦିଲ୍ଲୀରେ ପହଞ୍ଚିବା ପରେ ପ୍ରଥମେ ସ୍ୱାମୀନାରାୟଣ ଅକ୍ଷରଧାମ ମନ୍ଦିର ଗଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ । ୪ ଦିନିଆ ଭାରତ ଗସ୍ତରେ ଅଛନ୍ତି ଜେଡି ଭାନ୍ସ । ଭାରତୀୟ ବଂଶୋଦ୍ଭବ ପତ୍ନୀ ଉଷା ଭାନ୍ସ ଓ ତିନି ସନ୍ତାନ ତାଙ୍କ ସହ ଭାରତ ଆସିଛନ୍ତି । ପାଲାମ ଏୟାରପୋର୍ଟରେ ଅବତରଣ ପରେ ତାଙ୍କୁ ଭବ୍ୟ ସ୍ବାଗତ ସହ ଗାର୍ଡ ଅଫ ଅନର ଦିଆଯାଇଥିଲା ।
ତାଙ୍କୁ ଏୟାରପୋର୍ଟରେ ସ୍ବାଗତ କରିଥିଲେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ୪ ଦିନିଆ ଭାରତ ଗସ୍ତରେ ଅଛନ୍ତି ଜେଡି ଭାନ୍ସ । ଆଜି ସଂଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରିବେ । ଫୋକସରେ ରହିବ ଦୁଇ ଦେଶ ମଧ୍ୟରେ ଦ୍ବିପାକ୍ଷିକ ବାଣିଜ୍ୟ ସମ୍ପର୍କ ବୃଦ୍ଧି । ରାଷ୍ଟ୍ରପତି ଟ୍ରମ୍ପଙ୍କ ପାଲଟା ଟାରିଫ ବିବାଦ ଭିତରେ, ମୋଦି-ଭାନ୍ସଙ୍କ ଆଲୋଚନା ଗୁରୁତ୍ବ ବହନ କରୁଛି ।
ଆଲୋଚନା ପରେ ପ୍ରଧାନମନ୍ତ୍ରୀ ମୋଦି ଉପରାଷ୍ଟ୍ରପତି ଭାନ୍ସଙ୍କ ସହ ଅନ୍ୟ ଆମେରିକୀୟ ଅଧିକାରୀଙ୍କ ପାଇଁ ରାତ୍ରୀ ଭୋଜନର ଆୟୋଜନ କରିଛନ୍ତି । ଜୟପୁରର ଐତିହାସିକ ସ୍ଥଳ ଓ ଆଗ୍ରାର ତାଜମହଲ ପରିଦର୍ଶନର କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ଜୟପୁରର ଅମେର ଫର୍ଟ ଓ କେତେକ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀକୁ ଯିବେ ଭାନ୍ସ। ୨୩ରେ ଆଗ୍ରା ଯାଇ ତାଜମହଲ ଓ ଶିଳ୍ପଗ୍ରାମ ପରିଦର୍ଶନ କରିବେ । ସଂଧ୍ୟାରେ ପୁଣି ଜୟପୁର ଫେରିଯିବେ। ୨୪ରେ ଆମେରିକା ପ୍ରତ୍ୟାବର୍ତ୍ତନ କରିବେ ଜେଡି ଭାନ୍ସ ।