ଭୁବନେଶ୍ୱର : ଆସନ୍ତା ୨୩ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ । ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ପାଣିପାଗ ବିଶେଷଜ୍ଞ ଏଭଳି ପୂର୍ବାନୁମାନ କରିଛନ୍ତି । ୨୧ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଘୂର୍ଣ୍ଣିବଳୟ ସୃଷ୍ଟି ପରେ ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ୨୩ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ପରେ ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଅବପାତ ରୂପ ନେବ । ଅବପାତ ପରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ଅଛି । ଏହା ଘନୀଭୂତ ହୋଇ ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳକୁ ଯାଇପାରେ ।
ଲଘୁଚାପ ପ୍ରଭାବରେ ୨୬ ତାରିଖରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ । ୨୬ରୁ ୨୮ ତାରିଖ ଯାଏ ଦକ୍ଷିଣ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି