ସଂଚାର ବ୍ୟୁରୋ: ଆସୁଛି ଆଉ ଏକ ଲଘୁଚାପ। ୨୧ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଥିବା ନେଇ IMD ପକ୍ଷରୁ ଆକଳନ କରାଯାଇଛି । ଏହା ପଶ୍ଚିମ- ଉତ୍ତରପଶ୍ଚିମ ଦିଗକୁ ଗତିକରି ଘନୀଭୂତ ହୋଇ ଅବପାତ ସମ୍ଭାବନା ରହିଛି। ଦକ୍ଷିଣ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ପରବର୍ତ୍ତୀ ୪୮ ଘଣ୍ଟାରେ ଅବପାତର ରୂପ ନେବ। ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ମଡେଲ ସୂଚିତ କରୁଛି । ଯାହା ଅଧିକ ତୀବ୍ରତର ହୋଇ ଓ ପଶ୍ଚିମ – ଉତ୍ତର ପଶ୍ଚିମ ଦିଗକୁ ଗତି କରି ପାରେ।

