ସଂଚାର ବ୍ୟୁରୋ: ଆସୁଛି ଆଉ ଏକ ଲଘୁଚାପ । ଦିନକ ପରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଉତ୍ତର ଆନ୍ଧ୍ର ଉପକୂଳ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୪ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ପ୍ରଭାବରେ ୨୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।
ଆଜି ପ୍ରବଳ ବର୍ଷା ପାଇଁ ୨ଜିଲ୍ଲା ମାଲକାନଗିରି ଏବଂ କୋରାପୁଟକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କଟକ ଓ ନୟାଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଦେଇଛି ପାଣିପାଗ ବିଭାଗ। ୨୪ରୁ ରାଜ୍ୟରେ ବର୍ଷା ବିସ୍ତୁତି ଏବଂ ପରିମାଣ ବଢିବ।