ସଂଚାର ବ୍ୟୁରୋ: ହରିୟାଣା ବିଧାନସଭା ନିର୍ବାଚନ ମଧ୍ୟରେ କଂଗ୍ରେସକୁ ମିଳିଛି ବଳ। ଆଜି ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି ରେସଲର ଭିନେଶ ଫୋଗାଟ ଓ ବଜରଙ୍ଗ ପୁନିଆ।
କଂଗ୍ରେସରେ ସାମିଲ ହେବା ପୂର୍ବରୁ ଭିନେଶ ଓ ବଜରଙ୍ଗ ଦିଲ୍ଲୀରେ ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କୁ ଭେଟିଥିଲେ। ଏହାପରେ ପାର୍ଟି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି।