ସଂଚାର ବ୍ୟୁରୋ: ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ବଙ୍ଗାଳପୁର ଇଶାନ ଗାଁରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ। ନିଆଁ ଲାଗି ଜଳିଗଲା ୪ ବଖରା ଘର। ଅଗ୍ନିକାଣ୍ଡରେ ୪୦ କୁଇଣ୍ଟାଲ ଅମଳ ଧାନ ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି । ଗୁହାଳରେ ମଶାଙ୍କ ପାଇଁ ଦିଆଯାଇଥିବା ଧୂଆଁରୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି।