ସଂଚାର ବ୍ୟୁରୋ: ବନ୍ଧୁକ ମୁନରେ ବ୍ୟାଙ୍କ ଲୁଟ୍ । କେନ୍ଦୁଝର ଜିଲ୍ଲା ବଡ଼ବିଲ୍ ମହାରାଷ୍ଟ୍ର ବ୍ୟାଙ୍କରୁ ହୋଇଛି ବଡ଼ ଧରଣର ଡ଼କାୟତି । ବନ୍ଧୁକ ଦେଖାଇ ଲୁଟିନେଲେ ଟଙ୍କା ଓ ସୁନା ଅଳଙ୍କାର । ୫ଟି ବାଇକରେ ୬ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ୫କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ସୁନା ଓ ୮ ଲକ୍ଷ ନଗଦ ଟଙ୍କା ଲୁଟି ନେଲେ । ଘଟଣାସ୍ଥଳରେ ପୋଲିସର ଛାନବିନ୍ ଜାରି ।
ସୂଚନା ଅନୁସାରେ, ଦୁର୍ବୃତ୍ତମାନେ ଗ୍ରାହକ ଭାବେ ବ୍ୟାଙ୍କରେ ପହଞ୍ଚି ପ୍ରଥମେ ମ୍ୟାନେଜର୍ ଙ୍କ ନିକଟକୁ ଯାଇ ତାଙ୍କୁ ବନ୍ଧୁକ ଦେଖାଇ ଭୟଭୀତ କରିଥିଲେ । ଅନ୍ୟ ଗ୍ରାହକମାନଙ୍କୁ ଏକ ଘରେ ବନ୍ଦ କରିଦେବା ପରେ ଲକର୍ ତାଲା ଆଣି ସେଠାରୁ ୫କୋଟି ଟଙ୍କାରୁ ଉର୍ଦ୍ଧ୍ୱ ସୁନା ଏବଂ ନଗଦ ୮ଲକ୍ଷ ଟଙ୍କା ନେଇ ଫେରାର୍ ହୋଇଯାଇଥିଲେ । ଖବରପାଇ ବଡ଼ବିଲ୍ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଜାରି ରଖିଛି l

