ସଂଚାର ବ୍ୟୁରୋ: ବରଗଡ଼ ଧନୁଯାତ୍ରାରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣା । ଆଜି ୧୨ ଘଣ୍ଟିଆ ବରଗଡ଼ ବନ୍ଦ। ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ବରଗଡ଼ରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ସକାଳ ୬ ଟାରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯିବ। ଜରୁରୀ କାଳୀନ ସେବା ବ୍ୟତୀତ ଅନ୍ୟ ସମସ୍ତ ସେବା ବନ୍ଦ ରହିଛି। ଏହି ବନ୍ଦ ଡାକରାକୁ ବିଭିନ୍ନ ରାଜନୈତକ ତଥା ସାମାଜିକ ସଂଗଠନ ପକ୍ଷରୁ ସମର୍ଥନ ଦିଆଯାଇଛି। ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ କୁର୍ଲା ଜଙ୍ଗଲରୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ଗତକାଲି ଏହି ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ବରଗଡ଼ ପୋଲିସ । ଏବେବି ମୁଖ୍ୟ ଅଭିଯୁକ୍ତ ଫେରାର ରହିଛି।