ସଂଚାର ବ୍ୟୁରୋ: ୩୭ ଡିଗ୍ରୀ ଅତିକ୍ରମ କଲା ରାଜଧାନୀର ତାତି । ଆଜି ଦିନ ୧୧ଟା ୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୭ ଦଶମିକ ୪ ଡିଗ୍ରୀ ଏବଂ ଆଦ୍ରତା ୪୮ ଦଶମିକ ୭ ଡିଗ୍ରୀ ରେକର୍ଡ କରାଯାଇଛି । ଆସନ୍ତା ଦୁଇ ଘଣ୍ଟା ମଧ୍ୟରେ ଗଞ୍ଜାମ ଓ ଗଜପତି ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ଜନିତ ହାଲୁକାରୁ ମଧ୍ୟମ ଧାରଣର ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଦୁଇ ଜିଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର l ସେପଟେ ଏହି ସମୟରେ ଜିଲ୍ଲାର କିଛି ଅଂଶରେ ହାଲୁକାରୁ ମଧ୍ୟମ ଧରଣର ଘଡ଼ଘଡ଼ି ବର୍ଷା ସହିତ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ l ପରିସ୍ଥିତି ଖରାପ ହେବାକୁ ଥିବାରୁ ପାଗ ଉପରେ ନଜର ରଖିବାକୁ ଏବଂ ବଜ୍ରପାତରୁ ରକ୍ଷା ପାଇବା ପାଇଁ ସୁରକ୍ଷିତ ସ୍ଥାନକୁ ଯିବାକୁ ପ୍ରସ୍ତୁତ ରହିବାକୁ ଲୋକଙ୍କୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର