Saturday, November 7, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଅପରାଧ

ଦୀପାବଳି ପୂର୍ବରୁ ରକ୍ତରଞ୍ଜିତ ହେଲା ଭୁବନେଶ୍ୱର

Sanchar Live by Sanchar Live
November 7, 2026
in ଅପରାଧ
0
0
SHARES
15
VIEWS
Facebook
Twitter

ପୁଣି ଅଶାନ୍ତ ରାଜଧାନୀ । ଦୀପାବଳି ପୂର୍ବରୁ ରକ୍ତରଞ୍ଜିତ ହେଲା ଭୁବନେଶ୍ୱର । ବିଚ୍ ରାସ୍ତାରେ ପଏଣ୍ଟ ବ୍ଲାଙ୍କରୁ ଯୁବକଙ୍କୁ ଗୁଳି କରି ହତ୍ୟା । ଲକ୍ଷ୍ମୀସାଗର କଟକ ରୋଡରେ ଗୁଳିକାଣ୍ଡ । ଶିଶୁପାଳଗଡ଼ ଗୁଳିକାଣ୍ଡର ମାତ୍ର ୨୪ ଘଣ୍ଟା ନପୁରୁଣୁ ରାଜଧାନୀ ଭୁବନେଶ୍ୱରରେ ପୁଣି ଏକ ଗୁଳିକାଣ୍ଡ ଘଟିଛି। ବମିଖାଲ ଓଭରବ୍ରିଜ୍‌ ଉପରେ ଜଣେ ଯୁବକଙ୍କୁ ଅତି ନିକଟରୁ ଗୁଳି କରି ହତ୍ୟା କରାଯାଇଛି। ମୃତ ଯୁବକ ଜଣକ ହଳଦୀପଡିଆ ଅଞ୍ଚଳର ସୋନୁ ନାୟକ ବୋଲି ଜଣାପଡିଛି। ଦିନ ଦ୍ୱିପ୍ରହରରେ ଏଭଳି ଘଟଣା ରାଜଧାନୀର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି।

ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଅପରାହ୍ନ ପ୍ରାୟ ୩ଟା ସମୟରେ ସୋନୁ ତାଙ୍କର ଚାରି ଜଣ ସାଙ୍ଗଙ୍କ ସହ ଏକ ଗାଡ଼ିରେ ରସୁଲଗଡ଼ ପେଟ୍ରୋଲ ପମ୍ପକୁ ତେଲ ପକାଇବା ପାଇଁ ଯାଉଥିଲେ। ଏହି ସମୟରେ ବୋମିଖାଲ ଓଭରବ୍ରିଜ୍‌ ଉପରେ କିଛି ଅଜ୍ଞାତ ଦୁର୍ବୃତ୍ତ ତାଙ୍କୁ ଅଟକାଇଥିଲେ। କୌଣସି କଥା ବୁଝିବା ପୂର୍ବରୁ ଦୁର୍ବୃତ୍ତମାନେ ସୋନୁଙ୍କ ମୁଣ୍ଡକୁ ଅତି ନିକଟରୁ ଗୁଳି କରିଥିଲେ। ଘଟଣାସ୍ଥଳରେ ହିଁ ସୋନୁଙ୍କର ମୃତ୍ୟୁ ଘଟିଥିଲା ଏବଂ ଅପରାଧ ଘଟାଇବା ପରେ ଅଭିଯୁକ୍ତମାନେ ସେଠାରୁ ତୁରନ୍ତ ଫେରାର ହୋଇଯାଇଥିଲେ।

Related posts

ଏମିତି ଜ୍ୱାଇଁ କାହାକୁ ନମିଳୁ…

ଏମିତି ଜ୍ୱାଇଁ କାହାକୁ ନମିଳୁ…

November 6, 2026
ଗୋଷ୍ଠୀ ସଂଘର୍ଷରୁ ଜେସିବି କଣ୍ଟ୍ରାକ୍ଟରଙ୍କୁ ଗୁଳି କରି ହତ୍ୟା

ଗୋଷ୍ଠୀ ସଂଘର୍ଷରୁ ଜେସିବି କଣ୍ଟ୍ରାକ୍ଟରଙ୍କୁ ଗୁଳି କରି ହତ୍ୟା

November 5, 2026

ଘଟଣା ସମ୍ପର୍କରେ ଖବର ପାଇ ଲକ୍ଷ୍ମୀସାଗର ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପରିସ୍ଥିତିର ଗମ୍ଭୀରତାକୁ ଦୃଷ୍ଟିରେ ରଖି ପୋଲିସ କମିଶନର ଏବଂ ଡିସିପି ନିଜେ ଘଟଣାସ୍ଥଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଜୋନାଲ ଏସିପି ଏବଂ ସ୍ପେଶାଲ ସ୍କ୍ୱାଡ୍ ଅଧିକାରୀମାନେ ମଧ୍ୟ ବିଭିନ୍ନ ଦିଗରୁ ମାମଲାର ତଦନ୍ତ କରୁଛନ୍ତି।

ଏହି ମାମଲାରେ ପୋଲିସ ଏବେ ସୁଦ୍ଧା ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ବେଳେ ମୁଖ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

Tags: bhubaneswarcrimeDiwali

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ମହିଳା ଶିଳ୍ପୋଦ୍ୟୋଗୀ ନିଜର ସମସ୍ତ ମହିଳା କର୍ମଚାରୀଙ୍କୁ ଦେଲେ ଆଇଫୋନ୍ ଉପହାର
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି
  • ଦୀର୍ଘ ୪୫ ଦିନ ପରେ ଖୋଲିଲା କଳିଙ୍ଗା ଘାଟି

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.