Saturday, September 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଦେଶର ୮୬୦ ଉଚ୍ଚ ଶିକ୍ଷାନୁଷ୍ଠାନରେ ପଢୁଥିବା ଛାତ୍ରଛାତ୍ରୀଙ୍କୁ ମିଳିବ ଋଣ

Sanchar Live by Sanchar Live
November 6, 2024
in ଓଡିଶା
0
ଦେଶର ୮୬୦ ଉଚ୍ଚ ଶିକ୍ଷାନୁଷ୍ଠାନରେ ପଢୁଥିବା ଛାତ୍ରଛାତ୍ରୀଙ୍କୁ ମିଳିବ ଋଣ
0
SHARES
26
VIEWS
FacebookTwitter

ସଂଚାର ବ୍ୟୁରୋ: ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଦେଶର ୮୬୦ ଉଚ୍ଚ ଶିକ୍ଷାନୁଷ୍ଠାନରେ ପଢୁଥିବା ଛାତ୍ରଛାତ୍ରୀଙ୍କୁ ମିଳିବ ଋଣ ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ମୋଟ ୩,୬୦୦ କୋଟି ଟଙ୍କା ବ୍ୟୟରେ ପିଏମ ବିଦ୍ୟାଲକ୍ଷ୍ମୀ ଯୋଜନାକୁ ମଞ୍ଜୁର ମିଳିଛି । ଉଚ୍ଚ ଶିକ୍ଷା କ୍ଷେତ୍ରରେ ମେଧାବୀ ଛାତ୍ରଛାତ୍ରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ନିମନ୍ତେ ଏହି ଯୋଜନାକୁ ମଞ୍ଜୁର କରିଥିବାରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି ।

ଶ୍ରୀ ପ୍ରଧାନ ଏ ସମ୍ପର୍କରେ ଟ୍ୱିଟ୍ କରିଛନ୍ତି ଯେ ଭାରତର ପ୍ରତିଭାବାନ ଯୁବକ ଯୁବତୀମାନଙ୍କ ପାଇଁ ଏକବିଂଶ ଶତାବ୍ଦୀର ସାର୍ବଜନୀନ ଉଚ୍ଚଶିକ୍ଷା ଉପଲବ୍ଧି କରାଇବା ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ୟାରେଣ୍ଟି । ୩,୬୦୦ କୋଟି ଟଙ୍କା ବ୍ୟୟରେ ପିଏମ ବିଦ୍ୟାଲକ୍ଷ୍ମୀକୁ ମଞ୍ଜୁର ଦେବା ଦ୍ୱାରା ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ଉଚ୍ଚଶିକ୍ଷା କ୍ଷେତ୍ରରେ ଥିବା ପ୍ରତିବନ୍ଧକ ଦୂର ହେବ ଏବଂ ଆମ ଯୁବଶକ୍ତି ସେମାନଙ୍କ ସ୍ୱପ୍ନ ପୂରଣ କରିବାରେ ସକ୍ଷମ ହେବେ ।

ପିଏମ୍ ବିଦ୍ୟାଲକ୍ଷ୍ମୀ ଅଧୀନରେ ବିନା ବନ୍ଧକରେ ଏବଂ ଗ୍ୟାରେଣ୍ଟର ମାଗଣା ଶିକ୍ଷା ଋଣ ; ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ଉଚ୍ଚଶିକ୍ଷାର ସୁବିଧାକୁ ଅଧିକରୁ ଅଧିକ ଉପଲବ୍ଧ କରାଇବ । ଆର୍ଥିକ ଅଭାବ ଅନଟନ ମଧ୍ୟରେ ଥିବା ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷା ଗ୍ରହଣ କରିବାରେ କୌଣସି ବାଧା ସୃଷ୍ଟି କରିବ ନାହିଁ । ବାର୍ଷିକ ୮ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପାରିବାରିକ ଆୟ ଥିବା ଛାତ୍ରଛାତ୍ରୀ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଶିକ୍ଷା ଋଣ ଉପରେ ୩% ସୁଧ ରିହାତି ପାଇବାକୁ ଯୋଗ୍ୟ ବିବେଚିତ ହେବେ । ୭.୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ରାଶି ପାଇଁ ଭାରତ ସରକାର ୭୫% କ୍ରେଡିଟ୍ ଗ୍ୟାରେଣ୍ଟି ପ୍ରଦାନ କରିବେ, ଯାହା ବ୍ୟାଙ୍କଗୁଡ଼ିକୁ ସେମାନଙ୍କ ନେଟଓ୍ୱାର୍କ ବିସ୍ତାର କରିବାରେ ସାହାଯ୍ୟ କରିବ ।

ସ୍ୱଚ୍ଛ, ପାରଦର୍ଶୀ, ବିଦ୍ୟାର୍ଥୀ ସହଯୋଗୀ ଏବଂ ଡିଜିଟାଲ ଆପ୍ଲିକେସନ ପ୍ରକ୍ରିୟା ମାଧ୍ୟମରେ ସମସ୍ତ ବ୍ୟାଙ୍କ୍ ଦ୍ୱାରା ଶିକ୍ଷା ଋଣ ପ୍ରଦାନ କରାଯିବ । ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ରାଙ୍କିଂ ଫ୍ରେମଓ୍ୱାର୍କ(ଏନଆଇଆରଏଫ) ଆଧାରରେ ଦେଶର ଶ୍ରେଷ୍ଠ ୮୬୦ ଉଚ୍ଚ ଶିକ୍ଷାନୁଷ୍ଠାନରେ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ବିଦ୍ୟାଲକ୍ଷ୍ମୀ ଅଧୀନରେ ଶିକ୍ଷା ଋଣ ପ୍ରଦାନ କରାଯିବ, ଯେଉଁଥିରେ ପ୍ରତିବର୍ଷ ୨୨ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀମାନେ ସାମିଲ ହେବେ ।

ମେଧାବୀ ଛାତ୍ରଛାତ୍ରୀଙ୍କୁ ଆର୍ଥିକ ସହାୟତା ଜାତୀୟ ଶିକ୍ଷା ନୀତିର ଏକ ପ୍ରମୁଖ ସୁପାରିସ । ପ୍ରଧାନମନ୍ତ୍ରୀ ବିଦ୍ୟାଲକ୍ଷ୍ମୀ ଜାତୀୟ ଶିକ୍ଷା ନୀତିକୁ କାର୍ଯ୍ୟକାରୀ କରାଇବା ଦିଗରେ ଆଉ ଏକ ଠୋସ୍ ପଦକ୍ଷେପ । ପିଏମ ବିଦ୍ୟାଲକ୍ଷ୍ମୀ ଗରିବ ଓ ମଧ୍ୟବିତ୍ତ ଶ୍ରେଣୀର ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କୁ ସଶକ୍ତ କରିବ ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ କହିଛନ୍ତି ।

Tags: bidyalaxmi yojanadharmendra pradhaneducation
ShareTweetShareSend
Sanchar Live

Sanchar Live

Next Post
ଡାଲା ଅଟୋରେ ପକାଇ ନାବାଳକଙ୍କୁ କରୁଥିଲେ କିଡନାପ୍, ୫ ଘଣ୍ଟା ପରେ ଗାଡ଼ିରୁ ଡେଇଁ ପଡ଼ିଲେ

ଡାଲା ଅଟୋରେ ପକାଇ ନାବାଳକଙ୍କୁ କରୁଥିଲେ କିଡନାପ୍, ୫ ଘଣ୍ଟା ପରେ ଗାଡ଼ିରୁ ଡେଇଁ ପଡ଼ିଲେ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.