ପୁଣି ଗର୍ଜିଛି କମିସନରେଟ୍ ପୁଲିସ୍ ବନ୍ଧୁକ। ଭୁବନେଶ୍ବରରେ ବ୍ରାଉନସୁଗାର ବେପାରୀକୁ ହୋଇଛି ଏନ୍କାଉଣ୍ଟର୍। ବ୍ରାଉନସୁଗାର ବେପାରୀ ଶେଖ୍ ଜାମସେଦ୍କୁ ଏନ୍କାଉଣ୍ଟର୍ କରିଛି ସ୍ପେଶାଲ କ୍ରାଇମ୍ ୟୁନିଟ୍। ଏନ୍କାଉଣ୍ଟର୍ରେ ନିଶା ମାଫିଆ ଶେଖ୍ ଜାମସେଦ୍ର ଗୋଡ଼ରେ ଗୁଳି ବାଜିିଛି। ଗୁରୁତର ଅବସ୍ଥାରେ ଜାମସେଦ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି । ସ୍ପେଶାଲ କ୍ରାଇମ ୟୁନିଟ୍ ଅଫିସର ଅନୁପ କାନୁନଗୋ ଏହି ଏନକାଉଣ୍ଟର କରିଥିବା ବେଳେ ଅପରାଧି ଗୋଡ଼ରେ ଦୁଇଟି ଗୁଳି ବାଜିଛି । ଶେଖ ଜାମସେଦ ନିକଟରୁ ୨୦ଲକ୍ଷ ଟଙ୍କାର ବ୍ରାଉନସୁଗର ସହ ଗୋଟିଏ ମାଉଜର ଜବତ କରାଯାଇଛି ।
ସୂଚନାଯୋଗ୍ୟ ନିଶା ମାଫିଆ ଶେଖ ଜାମସେଦ ନାଁରେ ପୂର୍ବରୁ କଟକ ଲାଲବାଗ, ବାଲିଅନ୍ତା, ବଡ଼ଗଡ ଥାନାରେ ବିଭିନ୍ନ ମାମଲା ରହିଥିବା ବେଳେ କ୍ରାଇମବ୍ରାଞ୍ଚ ଏସଟିଏଫ ଦ୍ବାରା ଗିରଫ ମଧ୍ୟ ହୋଇଥିଲା । ବିଳମ୍ବିତ ରାତିରେ ପୋଖରୀପୁଟରୁ ଖଣ୍ଡଗିରିକୁ ଯାଉଥିବା ବେଳେ ପିଛା କରୁଥିଲା ସ୍ପେଶାଲ କ୍ରାଇମ ୟୁନିଟ୍। ନିଜକୁ ବଞ୍ଚାଇବାକୁ ଯାଇ ଶେଖ ଜାମସେଦ ପୁଲିସ ଉପରକୁ ଗୁଳି ଚଳାଇଥିଲା। ପୁଲିସର ପାଲଟା ଜବାବରେ ଅଭିଯୁକ୍ତର ଗୋଡ଼ରେ ଦୁଇଟି ଗୁଳି ବାଜିଛି। ଆହତ ଅବସ୍ଥାରେ ଏମ୍ସରେ ଭର୍ତ୍ତି ହୋଇଛି ଅଭିଯୁକ୍ତ।