ସଂଚାର ବ୍ୟୁରୋ: ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ ଶେଷ। ୩ଟି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବରେ ବାଜିଲା ମୋହର। ଅଗ୍ନିବୀରଙ୍କୁ ନେଇ ବୈଠକରେ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ସେହିପରି ବାପାଙ୍କ ମୃତ୍ୟୁ ପରେ ଚାକିରି ପାଇବ ଝିଅ। କ୍ୟାବିନେଟରେ ପାରିତ ହୋଇଥିବା ପ୍ରସ୍ତାବ ଗୁଡ଼ିକ ହେଲା :-
୧-ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ ଚାକିରି।
ଥଇଥାନ ଯୋଜନାରେ ବିବାହିତା ଓ ସାବତ ଝିଅଙ୍କୁ ନିଯୁକ୍ତି ପାଇଁ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି।
୨- ଅଗ୍ନିବୀରଙ୍କ ପାଇଁ ରାଜ୍ୟ ୟୁନିଫର୍ମ ସର୍ଭିସରେ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣକୁ ମଞ୍ଜୁରୀ ମିଳିଛି। ପୂର୍ବରୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ଅଗ୍ନିବୀରମାନଙ୍କୁ ପୋଲିସ, ଅଗ୍ନିଶମ ବାହିନୀ, ବନକର୍ମଚରୀ ଏବଂ ଓଡ୍ରାଫ ଆଦି ସଂସ୍ଥା ନିଯୁକ୍ତିରେ ସଂରକ୍ଷଣ ରହିବ।
୩- ଗୋପାଳପୁର ପୋର୍ଟର ୯୫ ପ୍ରତିଶତ ସେୟାରକୁ ଆଦାନୀ ଗ୍ରୁପକୁ ପ୍ରଦାନ କରାଯାଇଛି। ଫଳରେ ଗୋପାଳପୁର ବନ୍ଦରର ଉନ୍ନତିକରଣ କରାଯାଇପାରିବ। ଏହାଦ୍ଵାରା ରାଜ୍ୟରେ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବେ ନିଯୁକ୍ତି ବଢ଼ିବ।
ସୂଚନାନୁଯାୟୀ, ଗୁରୁବାର ଲୋକସଭା ଭବନରେ ବସିଥିଲା ପଞ୍ଚମ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା।