Saturday, November 7, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ଭରତପୁର ଥାନା ଘଟଣା, ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Sanchar Live by Sanchar Live
September 22, 2024
in ଓଡିଶା
0
0
SHARES
242
VIEWS
Facebook
Twitter

ସଂଚାର ବ୍ୟୁରୋ: ଭରତପୁର ଥାନା ଘଟଣା ପରିପ୍ରେକ୍ଷୀରେ ଆଜି କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମାନ୍ୟବର ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଉକ୍ତ ତଦନ୍ତ ହେବ । ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ ଅନୁରୋଧ କରାଯାଇଛି ।

ଏହାସହିତ ମାନ୍ୟବର ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତଦାରଖରେ (Court Monitored Investigation) କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ବରାନ୍ବିତ କରିବା ପାଇଁ ମଧ୍ୟ ମାନ୍ୟବର ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି।

Related posts

ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍

ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍

November 6, 2026
ରାଜ୍ୟ ରାଜପଥ କଡ଼ରୁ କାର୍ ସୋ’ରୁମ୍ ମାଲିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଜ୍ୟ ରାଜପଥ କଡ଼ରୁ କାର୍ ସୋ’ରୁମ୍ ମାଲିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

November 6, 2026

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଆଇନର ଶାସନ ଉପରେ ସର୍ବାଧିକ ଗୁରୁତ୍ବାରୋପ କରିଆସିଛନ୍ତି। ଏହାସହିତ ଭାରତୀୟ ସେନା ପ୍ରତି ମଧ୍ୟ ରାଜ୍ୟ ସରକାରଙ୍କ ସମ୍ମାନ ରହିଛି । ମହିଳାଙ୍କ ସମ୍ମାନ, ସୁରକ୍ଷା ଓ ଅଧିକାର ପ୍ରତି ରାଜ୍ୟ ସରକାର ସମ୍ପୂର୍ଣ୍ଣଭାବେ ଯତ୍ନବାନ ଅଛନ୍ତି। ଏହି ଘଟଣାରେ ସଂପୃକ୍ତ ପୋଲିସ ଅଧିକାରୀ ମାନଙ୍କୁ ନିଲମ୍ବିତ କରାଯିବା ସହିତ ସେମାନଙ୍କ ବିରୁଦ୍ଧରେ କେସ୍‌ ମଧ୍ୟ କରାଯାଇଛି । ଘଟଣାରେ ସଂପୃକ୍ତ ଯୁବକ ମାନଙ୍କ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ କରାଯାଇଛି । ଆଇନ ଅନୁଯାୟୀ ଦେଷୀସାବ୍ୟସ୍ତ ସମସ୍ତ ବ୍ୟକ୍ତି ବା ଅଧିକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ହୋଇ ପଦକ୍ଷେପ ନେଇଛନ୍ତି।

ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ  ସୁରେଶ ପୂଜାରୀ ଏବଂ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସହିତ ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ  ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ଭି ଖୁରାନିଆ ପ୍ରମୁଖ ଉପସ୍ଥିତ ଥିଲେ।

ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଆଜି ରାଜ୍ୟ ଅତିଥି ଭବନଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ  ସୁରେଶ ପୂଜାରୀ ଏବଂ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସହିତ ସେନା ଅଧିକାରୀ ଓ ତାଙ୍କର ମହିଳା ବନ୍ଧୁ ଆଲୋଚନା କରିଛନ୍ତି । ମହିଳାଙ୍କ ପିତା ଓ ଅନ୍ୟ ବରିଷ୍ଠ ସେବା ନିବୃତ ସେନା ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ଥିଲେ ।

Tags: bharatpur casemohan majhi

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍
  • ଦ୍ୱିତୀୟ ଦିନିକିଆ ପୂର୍ବରୁ ବଡ଼ ପଡିଲେ ଏହି ଖେଳାଳି
  • ଏମିତି ଜ୍ୱାଇଁ କାହାକୁ ନମିଳୁ…

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.