ଭୁବନେଶ୍ୱର : ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର ଟଙ୍କାର ସମ୍ମାନ ସୂଚକ ସହାୟକ ରାଶି ପ୍ରଦାନ କରାଯିବ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।
ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ପାଇ ପାରିବେ। ଏଥିପାଇଁ ବର୍ଷକୁ ରାଜ୍ୟ ସରକାର ୨ କୋଟି ଟଙ୍କା ଖର୍ଚ୍ଚ କରିବେ।