ସଂଚାର ବ୍ୟୁରୋ: ଆଜି ମୁମ୍ବାଇରେ ହେବ ନିବେଶକ ସମ୍ମିଳନୀ ଓ ରୋଡ୍ ସୋ’। ଏଥିରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ନିବେଶକ ସମ୍ମିଳନୀ ଆୟୋଜିତ ହେବ। ଏଥିରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଓ ରାଜ୍ୟର ଅନ୍ୟ ବରିଷ୍ଠ ଅଧିକାରୀ ଯୋଗଦେବେ।
ଏଥିରେ ପାରାଦ୍ୱୀପ, ଗୋପାଳପୁର ଓ ଧାମରାକୁ କେମିକାଲ ଶିଳ୍ପ ଆସିବା ସମ୍ଭାବନା ରହିଛି। ଆସନ୍ତାକାଲି ସକାଳେ ମୁଖ୍ୟମନ୍ତ୍ରୀ ମୁମ୍ବାଇର ହୋଟେଲ ଓବରାଏରେ ଆଗାମୀ ମେକ୍ ଇନ୍ ଓଡ଼ିଶା ପାଇଁ ‘ନିବେଶକ ସମ୍ମିଳନୀ’ରେ ଯୋଗଦେବେ। ଏଥିରେ ଶହେରୁ ଅଧିକ ନିବେଶକଙ୍କ ସହ ଆଲୋଚନା କରିବେ ରାଜ୍ୟ ସରକାର।