ସଂଚାର ବ୍ୟୁରୋ: ରାଜ୍ଯରେ ଲଘୁଚାପ ପ୍ରଭାବରେ କ୍ଷୟକ୍ଷତି ଓ ମୁକାବିଲା ସଂକ୍ରାନ୍ତରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଏସଆରସି ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି । ମୁଖ୍ଯମନ୍ତ୍ରୀ କହିଛନ୍ତି, ସମୁଦ୍ରକୁ ଠିକ୍ ଭାବେ ଜଳ ନିଷ୍କାସନ ହୋଇପାରୁନଥିବାରୁ ବହୁ ସ୍ଥାନରେ ଜଳବନ୍ଦୀ ସମସ୍ୟା ଦେଖାଦେଇଛି । ବିଶେଷ କରି କୋରାପୁଟ ଓ ମାଲକାନଗିରି ଜିଲ୍ଲାବାସୀ ବର୍ଷା ଯୋଗୁଁ ଅଧିକମାତ୍ରାରେ ପ୍ରଭାବିତ ହୋଇଛନ୍ତି । ଅନେକ ଜାଗାରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଓଡ୍ରାଫ, ଏନଡିଆରଏଫ ଏବଂ ଅଗ୍ନିଶମ ବାହିନୀ ସହାୟତାରେ ସମସ୍ଯାର ସମାଧାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ରିଲିଫ ସାମଗ୍ରୀ ବ୍ୟାପକ ମାତ୍ରାରେ ମହଜୁଦ ରଖି ପ୍ରଭାବିତ ଲୋକଙ୍କୁ ଯୋଗାଇବାପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି ।