ସଂଚାର ବ୍ୟୁରୋ: ପିସିସି ସଭାପତି ଚୟନ ପୂର୍ବରୁ ଓଡ଼ିଶା କଂଗ୍ରେସ ପାଇଁ ଷ୍ଟିୟରିଂ କମିଟି ଗଠନ କଲା ଏଆଇସିସି। ଏଆଇସିସି ସଭାପତିଙ୍କ ଅନୁମୋଦନ କ୍ରମେ ଏହି ଷ୍ଟିୟରିଂ କମିଟି ଗଠନ ହୋଇଛି। ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଭାରୀ ଡାକ୍ତର ଅଜୟ କୁମାରଙ୍କ ନେତୃତ୍ୱରେ ଗଠିତ ଏହି କମିଟିରେ ତାଙ୍କ ସମେତ ୧୪ ଜଣ ସଦସ୍ୟ ଅଛନ୍ତି। ବରିଷ୍ଠ ନେତା ଶ୍ରୀକାନ୍ତ ଜେନା, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ, ଜୟଦେବ ଜେନା, ସାଂସଦ ସପ୍ତଗିରି ଉଲ୍ଲାକା, ଅଶୋକ ଦାସ, ଭକ୍ତ ଚରଣ ଦାସ, ଅନନ୍ତ ପ୍ରସାଦ ସେଠୀ, ମହମ୍ମଦ ମୋକିମ, ଦେବାଶିଷ ପଟ୍ଟନାୟକ, ବିଶ୍ୱରଂଜନ ମହାନ୍ତି, ବଳଭଦ୍ର ମାଝୀ ଓ ସସ୍ମିତା ବେହେରା କମିଟିର ସଦସ୍ୟ ଅଛନ୍ତି। AICC ଆବାହକ ମହମ୍ମଦ ଶାହାନୱାଜ ଚୌଧୁରୀ ମଧ୍ୟ ଏହି କମିଟିରେ ସଦସ୍ୟ ଅଛନ୍ତି। ସେ ଏହି କମିଟିର ଆବାହକ ଦାୟିତ୍ୱ ତୁଲାଇବେ। ଏହି ଷ୍ଟିୟରିଂ କମିଟି ରାଜ୍ୟରେ କଂଗ୍ରେସର ସମସ୍ତ ସାଂଗଠନିକ କାର୍ଯ୍ୟକ୍ରମର ତଦାରଖ ଓ ସମନ୍ୱୟ ରକ୍ଷା ଦିଗରେ କାର୍ଯ୍ୟ କରିବା ସହ ନୂଆ ପିସିସି କମିଟି ଗଠନ ପାଇଁ ମାର୍ଗ ପ୍ରଶସ୍ତ କରିବ ବୋଲି ଜଣାପଡ଼ିଛି ।