ବଦଳିଲା ବାଲିଯାତ୍ରାର ନାଁ । ଏଥର ବାଲିଯାତ୍ରା ନାଁ ହେବ ‘ଐତିହାସିକ ବାଲିଯାତ୍ରା କଟକ ୨୦୨୫’ । ଆଗରୁ କେବଳ ଐତିହାସିକ ବାଲିଯାତ୍ରା ଲେଖାଯାଉଥିଲା । ଚଳିତ ବର୍ଷ ନଭେମ୍ବର ୫ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଚଳିତ ବର୍ଷର ବାଲିଯାତ୍ରା । କେବଳ ତଳ ପଡ଼ିଆରେ ଆୟୋଜିତ ହେବ ବାଲିଯାତ୍ରା । ଭିଡ ଏବଂ ଟ୍ରାଫିକ ପରିଚାଳନାକୁ ଦୃଷ୍ଟିରେ ରଖି ଉପର ବାଲିଯାତ୍ରା ପଡ଼ିଆରେ ହେବ ନାହିଁ ବାଲିଯାତ୍ରା ।
ସେହିପରି ୩୪ ଏକର ପରିବର୍ତ୍ତେ ୬୦ ଏକର ଜାଗାରେ ହେବ ବାଲିଯାତ୍ରା । ବାଲିଯାତ୍ରା ପୋର୍ଟାଲରେ ରହିବ ସବୁ ତଥ୍ୟ । ବିଶେଷ କରି ଟ୍ରାଫିକ, ପାର୍କିଂ ସମ୍ବନ୍ଧୀୟ ସମସ୍ତ ତଥ୍ୟ ରହିବ ଏଥିରେ । ଜିଲ୍ଲା ସାଂସ୍କୃତିକ ପରିଷଦ ପକ୍ଷରୁ ସାଂସ୍କୃତିକ ଦଳ ଚୟନ କରାଯିବ । Society Registration App ରେ ଯିଏ ପଞ୍ଜୀକୃତ ଥିବେ ସେମାନେ ଆବେଦନ କରିପାରିବେ । ପ୍ରତି ଟ୍ରୁପକୁ ୨୦ ମିନିଟ୍ ଦିଆଯିବ ପରିବେଷଣ ପାଇଁ ।