Monday, November 2, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଅପରାଧ

ମାଡି ଆସୁଛି ବାତ୍ୟା ‘ମୁରାସୁ’, ଜାଣନ୍ତୁ ଏବେ କଣ ରହିଛି ଅପଡେଟ

Sanchar Live by Sanchar Live
November 2, 2026
in ଅପରାଧ
0
0
SHARES
19
VIEWS
Facebook
Twitter

ଭୀଷଣ ବାତ୍ୟାରେ ପରିଣତ ହୋଇ ‘ମୁରାସୁ’ ଆନ୍ଧ୍ରପ୍ରଦେଶ ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିପାରେ । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ଓ ପବନର ଆଶଙ୍କା ଦେଖାଦେଇଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆଜି ଗଞ୍ଜାମ ଏବଂ ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ବ୍ୟତୀତ ରାଜ୍ୟର ଅନେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଏବଂ ପ୍ରବଳ ବେଗରେ ପବନ ବହିପାରେ।

ବର୍ଷା ସହିତ ଘଡ଼ଘଡ଼ି ଏବଂ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବା ନେଇ ପୂର୍ବାନୁମାନ କରାଯାଇଛି। ବିଶେଷ କରି ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ ଏବଂ ଖୋର୍ଦ୍ଧା ଜିଲ୍ଲାରେ ଏହାର ପ୍ରଭାବ ଅଧିକ ରହିପାରେ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଧି, କନ୍ଧମାଳ, ନବରଙ୍ଗପୁର ଏବଂ ନୟାଗଡ଼ ଜିଲ୍ଲାରେ ମଧ୍ୟ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ୩୦ ରୁ ୪୦ କିଲୋମିଟର ବେଗରେ ପବନ ହେବାର ସମ୍ଭାବନା ରହିଛି।

Related posts

ବାତ୍ୟାର ସୁଯୋଗ ନେଇ ମୋବାଇଲ୍ ଶୋ’ରୁମ୍‌ରୁ ଲୁଟ

ବାତ୍ୟାର ସୁଯୋଗ ନେଇ ମୋବାଇଲ୍ ଶୋ’ରୁମ୍‌ରୁ ଲୁଟ

October 29, 2026
ଏକାଧିକ ମହିଳାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ବାନ୍ଧହେଲା କୈଳାଶ

ଏକାଧିକ ମହିଳାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ବାନ୍ଧହେଲା କୈଳାଶ

October 28, 2026

 

ଆସନ୍ତା ନଭେମ୍ବର ୩ ଏବଂ ୪ ତାରିଖ ପାଇଁ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ପବନର ବେଗ ଘଣ୍ଟା ପ୍ରତି ୫୦ ରୁ ୬୦ କିଲୋମିଟର ରହିବା ସହ ସର୍ବାଧିକ ୭୦ କିଲୋମିଟର ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ।

ପାଣିପାଗ ବିଭାଗ ସତର୍କ କରାଇ ଦେଇଛି ଯେ ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ବା ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ଏଥିସହିତ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବାର ଆଶଙ୍କା ଥିବାରୁ ପ୍ରଶାସନ ପକ୍ଷରୁ ସତର୍କତା ଅବଲମ୍ବନ କରାଯାଇଛି। ପାଣିପାଗ ବିଭାଗ ସ୍ଥିତି ଉପରେ ନଜର ରଖିଛି ଏବଂ ସ୍ଥାନୀୟ ଲୋକଙ୍କୁ ସୁରକ୍ଷିତ ରହିବାକୁ ପରାମର୍ଶ ଦେଇଛି।

Tags: cyclonemurasu

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଭ୍ୟାନ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା: ୬ ଜଣଙ୍କ ମୃତ୍ୟୁ
  • ଅଣନିଶ୍ବାସୀ ହୋଇଗଲେଣି ଦିଲ୍ଲୀବାସୀ, ବଢୁଛି ପ୍ରଦୂଷଣ
  • ହାର୍ଦ୍ଦିକଙ୍କୁ ନିଅ, ଏହି ୨ ଜଣଙ୍କୁ ଦିଅ: ଚର୍ଚ୍ଚାରେ KKR-MI ଟ୍ରେଡ଼ ଡିଲ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home

© 2026 Sanchar - Technology Partner OneByte.