ଓଲଟିଲା ଟୁରିଷ୍ଟ ବସ୍ । ୫ ମୃତ, ୩୦ରୁ ଉର୍ଦ୍ଧ୍ବ ଆହତ । ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ପୀଠାଖାଇ ଘାଟି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସମସ୍ତ ମୃତାହତ ବ୍ରହ୍ମପୁର ଅଞ୍ଚଳର। ବସଟି ୫୦ରୁ ଉର୍ଦ୍ଧ୍ବ ଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ବୌଦ୍ଧ ଅଭିମୁଖେ ଯାଉଥିଲା । ବିଳମ୍ବିତ ରାତିରେ ବସଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ପୋଲିସ ଓ ଅଗ୍ନିମବାହିନୀ ପହଂଚି ଯାତ୍ରୀଙ୍କୁ ଉଦ୍ଧାର କରିଛନ୍ତି । ଗୁରୁତରଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।
ସୂଚନାଯୋଗ୍ୟ, କିଛିଦିନ ପୂର୍ବରୁ ସମ୍ବଲପୁର ପରମାନପୁରରେ ବାଇକ ସହ ଧକ୍କା ହେବାରୁ ଓଲଟିଲା ଅଟୋ । ୧୦ ଜଣ ହୋଇଥିଲେ ଆହତ । ୪ ଗୁରୁତରଙ୍କୁ ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଜଣଙ୍କୁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଅଟୋଟି ବିଶାଲଖିଣ୍ଡାରୁ ପରମାନପୁର ସ୍ଥିତ ଶ୍ରୀ ଅରବିନ୍ଦ ସ୍କୁଲକୁ ଯାଉଥିଲା । ତେବେ ଅଟୋ ସାମ୍ନାକୁ ଏକ ବାଇକ ପଶିଆସିବାରୁ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଫଳରେ ଅଟୋ ତଳେ ଛାତ୍ରଛାତ୍ରୀମାନେ ଚାପି ହୋଇ ରହିଯାଇଥିଲେ । ସ୍ଥାନୀୟ ଲୋକେ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରି ସମ୍ବଲପୁର ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ।
