Tuesday, September 30, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଦୁଗ୍ଧ ଶୀତଳୀକରଣ କେନ୍ଦ୍ର ଉଦଘାଟନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Sanchar Live by Sanchar Live
February 25, 2025
in ଓଡିଶା
0
ଦୁଗ୍ଧ ଶୀତଳୀକରଣ କେନ୍ଦ୍ର ଉଦଘାଟନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
0
SHARES
11
VIEWS
FacebookTwitter

ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ଠାରେ ଏକ ‘ଦୁଗ୍ଧ ଶୀତଳୀକରଣ କେନ୍ଦ୍ର’ ଉଦଘାଟିତ ହୋଇଯାଇଛି ।  ଦୁଗ୍ଧ ଉତ୍ପାଦନକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ମଙ୍ଗଳବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହାକୁ ଉଦଘାଟନ କରିଛନ୍ତି।

ଶ୍ରୀ ପ୍ରଧାନ ଏହି ଅବସରରେ କହିଛନ୍ତି ସମ୍ବଲପୁର ଜିଲ୍ଲାରେ ଦୁଗ୍ଧ ଚାଷର ଅନେକ ସମ୍ଭାବନା ଅଛି । ଏହି ଦୁଗ୍ଧ ଶୀତଳୀକରଣ କେନ୍ଦ୍ର ନିର୍ମାଣ ପାଇଁ ମୋଟ ୪୦ ଲକ୍ଷ ଟଙ୍କା ନିବେଶ କରାଯାଇଛି ଏବଂ ଦୈନିକ ମୋଟ ୨୦୦୦ ଲିଟର ଦୁଗ୍ଧ ସଂଗ୍ରହର ବ୍ୟବସ୍ଥା କରାଯାଇଛି । ଲୋକାର୍ପିତ ଦୁଗ୍ଧ ଶୀତଳୀକରଣ କେନ୍ଦ୍ର ଦ୍ଵାରା ଅଞ୍ଚଳବାସୀ ବିଶେଷ ଭାବରେ ଛାତ୍ରଛାତ୍ରୀମାନେ ପୁଷ୍ଟିକର କ୍ଷୀର ପାଇପାରିବେ । ରୋଜଗାରର ଏକ ମାଧ୍ୟମ ଭାବେ ଦୁଗ୍ଧ ଚାଷୀମାନଙ୍କ ଆର୍ଥିକ ସ୍ଥିତି ସୁଦୃଢ ହେବ । ଆଜିର ପଦକ୍ଷେପ ସମ୍ବଲପୁର ଜିଲ୍ଲାରେ ଦୁଗ୍ଧ ଉତ୍ପାଦନ କ୍ଷମତା ବୃଦ୍ଧି ସହ ଏହି ବର୍ଗର ଚାଷୀଙ୍କ ଆର୍ଥିକ ସମ୍ବଳକୁ ସଶକ୍ତ କରିବ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ଵରେ ଆମ ଦେଶ ଦୁଗ୍ଧ ଉତ୍ପାଦନରେ ଆତ୍ମନିର୍ଭରଶୀଳ ହୋଇଛି । ଦୁଗ୍ଧ ଚାଷୀଙ୍କ ପାଇଁ ସ୍ଵତନ୍ତ୍ର ପ୍ରୋତ୍ସାହନ, ସରକାରୀ ସହାୟତା ସହ ଅନେକ ଜନକଲ୍ୟାଣକାରୀ ଯୋଜନା ଦ୍ଵାରା ଗୋପାଳନ କରି ଚାଷୀଙ୍କ ଆର୍ଥିକ ସ୍ଥିତିକୁ ମଜଭୁତ କରାଯାଉଛି । ଆଗାମୀ ଦିନରେ ସମ୍ବଲପୁର ଗୋଶାଳା ସ୍ଥିତ ଓମଫେଡ ପ୍ଲାଣ୍ଟର ସମ୍ପ୍ରସାରଣ କରାଯିବ । ସେହି ପ୍ଲାଣ୍ଟରୁ ପାଉଡର କ୍ଷୀର, ଦହି, ଚକୋଲେଟ୍, ପନିର, ଆଇସକ୍ରିମ୍ ସମେତ କ୍ଷୀରରୁ ବିଭିନ୍ନ ଖାଦ୍ୟ ସାମଗ୍ରୀ ପ୍ରସ୍ତୁତ ହେବ । ରାଜ୍ୟ ସରକାରଙ୍କ ତରଫରୁ କାମଧେନୁ ଯୋଜନାରେ ଆଗାମୀ ଦିନରେ ଚାଷୀଙ୍କୁ ପ୍ରୋତ୍ସାହନ ଦିଆଯିବ । ଓଡ଼ିଶା ସରକାରଙ୍କ ଦ୍ୱାରା ସବୁ ପଞ୍ଚାୟତରେ ଦୁଗ୍ଧ ସମବାୟ ସମିତି ଗଠନ ହେବ ।

ଶ୍ରୀ ପ୍ରଧାନ କହିଥିଲେ ଦେଶର ମୋଟ ୭୦୦୦ ବ୍ଲକ ମଧ୍ୟରୁ ମୋଟ ୫୦୦ଟି ଆକାକ୍ଷୀ ବ୍ଲକର ବିକାଶ ପାଇଁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତଦାରଖ କରୁଛନ୍ତି, ଯେଉଁଥିରେ ନାକଟିଦେଉଳ ବ୍ଲକ ସାମିଲ ଅଛି । ଏଠାରେ ପାନୀୟ ଜଳ, ଶିକ୍ଷା, ସ୍ୱାସ୍ଥ୍ୟ ମୌଳିକ ସୁବିଧାକୁ ଉପଲବ୍ଧ କରାଇବା ଦିଗରେ ବିଜେପିର ଡବଲ ଇଞ୍ଜିନ ସରକାର କାମ କରୁଛନ୍ତି ।

Tags: dharmendra pradhannakatideulasambalpur
ShareTweetShareSend
Sanchar Live

Sanchar Live

Next Post
ଚାମ୍ପିୟନ୍ସ ଟ୍ରଫି : ବର୍ଷା ପାଇଁ ଦକ୍ଷିଣ ଆଫ୍ରିକା- ଅଷ୍ଟ୍ରେଲିଆ ମଧ୍ୟରେ ପଏଣ୍ଟ ଭାଗ

ଚାମ୍ପିୟନ୍ସ ଟ୍ରଫି : ବର୍ଷା ପାଇଁ ଦକ୍ଷିଣ ଆଫ୍ରିକା- ଅଷ୍ଟ୍ରେଲିଆ ମଧ୍ୟରେ ପଏଣ୍ଟ ଭାଗ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା
  • ଆଜି ପୀଠରେ ମହାନବମୀ, ମଣ୍ଡପରେ ମହାଷ୍ଟମୀ
  • ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର
  • ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର
  • ଲାଗିଲାଣି ଭିଡ଼, ଗାଁଠୁ ସହର ଉତ୍ସବ ମୁଖର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.