Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପ୍ରବାସୀ ଭାରତୀୟ ମାନଙ୍କ ଆତିଥେୟତାକୁ ପ୍ରଶଂସା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Sanchar Live by Sanchar Live
October 20, 2024
in ଓଡିଶା
0
ପ୍ରବାସୀ ଭାରତୀୟ ମାନଙ୍କ ଆତିଥେୟତାକୁ ପ୍ରଶଂସା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ସହ ଶିକ୍ଷା କ୍ଷେତ୍ରରେ ସମ୍ପର୍କକୁ ମଜଭୂତ୍ କରିବା ପାଇଁ ୭ ଦିନିଆ ବିଦେଶ ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗସ୍ତର ପ୍ରଥମ ଦିନରେ ସିଙ୍ଗାପୁରରେ ରହୁଥିବା ଭାରତୀୟ ସମୁଦାୟଙ୍କୁ ଭେଟି ସେମାନଙ୍କ ସହ ଆଲୋଚନା କରିଛନ୍ତି ।

ପ୍ରବାସୀ ଭାରତୀୟ ମାନଙ୍କ ଆତିଥେୟତାକୁ ପ୍ରଶଂସା କରି ଶ୍ରୀ ପ୍ରଧାନ କହିଛନ୍ତି ଯେ ବିଦେଶରେ ଭାରତୀୟଙ୍କ ଗହଣରେ ରହିବା ଏବଂ ସେମାନଙ୍କ ସହ ଭୋଜନରେ ସାମିଲ ହେବା ମୋ ପାଇଁ ଖୁସିର ବିଷୟ । ସିଙ୍ଗାପୁର- ଭାରତ ଭାଗିଦାରୀକୁ ଅଧିକ ମଜଭୂତ୍ କରିବାରେ ଆମର ପ୍ରବାସୀ ଭାରତୀୟମାନେ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ । ସେମାନେ ବାହାରେ ରହି ମଧ୍ୟ ଭାରତର ସଂସ୍କୃତିକୁ ପାଳନ କରୁଛନ୍ତି । ସିଙ୍ଗାପୁରର ପ୍ରଗତିରେ ତାଙ୍କର ଯୋଗଦାନ ଅନେକ ରହିଛି ।

ବର୍ତ୍ତମାନ ସମୟରେ ପୁଞ୍ଜିନିବେଶ ଏବଂ ସୁଯୋଗ ପାଇଁ ଭାରତ ହେଉଛି   ବିଶ୍ୱର ସବୁଠୁ ଆକର୍ଷଣୀୟ ସ୍ଥାନ । ପ୍ରବାସୀମାନେ ଭାରତରେ ଥିବା ନିଜର ଆତ୍ମୀୟ ଏବଂ ସଂସ୍କୃତି ସହିତ ସବୁବେଳେ ଯୋଡ଼ି ହୋଇ ରହିବା ସହ ଭାରତର ଅଭିବୃଦ୍ଧି ଯାତ୍ରାରେ ଯୋଗଦାନ ରଖିବା ପାଇଁ ସେ ପରାମର୍ଶ ଦେଇଛନ୍ତି । ଭାରତ ଓ ସିଙ୍ଗାପୁରକୁ ଗର୍ବିତ କରିବା ଦିଗରେ କାର୍ଯ୍ୟ କରିବା ପାଇଁ ଆହ୍ୱାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।

ସିଙ୍ଗାପୁରରେ ପ୍ରବାସୀଙ୍କ ସହ ଆଲୋଚନା କାଳରେ  ଭାରତର ଯୁବକମାନଙ୍କୁ ଦକ୍ଷ କରିବାରେ ଜାତୀୟ ଶିକ୍ଷା ନୀତି – ୨୦୨୦ର ଭୂମିକା ଏବଂ ଭାରତରେ ଶିକ୍ଷାର ବ୍ୟାପକତା ଉପରେ ଆଲୋକପାତ କରିଥିଲେ ଶିକ୍ଷା ମନ୍ତ୍ରୀ ।

ଭାରତ ୫ ଟ୍ରିଲିୟନ ଆମେରିକୀୟ ଡଲାର ଅର୍ଥନୀତିର ଲକ୍ଷ୍ୟ ନେଇ କାମ କରିବା ତଥା ଏହା ଦ୍ୱାରା ହେବାକୁ ଥିବା ବିକାଶ ଉପରେ ଚର୍ଚ୍ଚା କରିଥିଲେ । ସେହିପରି ୨୦୭୦ ସୁଦ୍ଧା ନେଟ୍ ଜିରୋ ଆଡକୁ ଅଗ୍ରସର ହେବା ଏବଂ ବିଶ୍ୱ ସବୁଜ ଉର୍ଜା ମଡେଲକୁ ଆକାର ଦେବା ପାଇଁ ପ୍ରବାସୀଙ୍କ ସମ୍ଭାବନା ଉପରେ ସେ ଗୁରୁତ୍ୱାରୋପ କରିଥିଲେ । ଭାରତର ଐତିହ୍ୟ ସହ ଜଡ଼ିତ ବିଷୟ ସହ ଯୋଡି ହୋଇ ଏ ଦିଗରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବା ପାଇଁ ଶ୍ରୀ ପ୍ରଧାନ ପ୍ରବାସୀଙ୍କୁ ଆହ୍ୱାନ ଦେଇଥିଲେ ।

ଏହି ସିଙ୍ଗାପୁର ଗସ୍ତ କାଳରେ ଶ୍ରୀ ପ୍ରଧାନ ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗ୍, ଉପପ୍ରଧାନମନ୍ତ୍ରୀ ଗାନ୍ କିମ୍ ୟୋଙ୍ଗ୍, ଶିକ୍ଷା ମନ୍ତ୍ରୀ ଚାନ୍ ଚୁନ୍ ସିଂ ଏବଂ ବୈଦେଶିକ ମନ୍ତ୍ରୀ ଭିଭିଆନ୍ ବାଲକ୍ରିଷ୍ଣନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।

Tags: dharmendra pradhansingapur
ShareTweetShareSend
Sanchar Live

Sanchar Live

Next Post
ସ୍ତ୍ରୀର ବେକ କାଟିଦେଲା ସ୍ୱାମୀ

ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ହତ୍ୟା କଲା ସ୍ବାମୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.