ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଜିଲ୍ଲାରେ ଆୟୋଜିତ ହାଲ୍ପ ମାରାଥନକୁ ଉଦଘାଟନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ପରିବେଶ ଏବଂ ବନ୍ୟପ୍ରାଣୀ ସୁରକ୍ଷା ଦିଗରେ ସଚେତନତା ସୃଷ୍ଟି କରିବା ପାଇଁ କପିଳାସ ଠାରେ ମାରାଥନ ଆୟୋଜିତ କରାଯାଇଥିଲା । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଢେଙ୍କାନାଳ ସାଂସଦ ପ୍ରମୁଖ ସାମିଲ ହୋଇଥିଲେ । ଏଥିରେ ବିଭିନ୍ନ ବର୍ଗର ମୋଟ ୪ହଜାର ୬ଶହ ଜଣ ଅଂଶଗ୍ରହଣ କରିଥିଲେ । ଶେଷରେ କୃତି ପ୍ରତିଯୋଗୀଙ୍କୁ କେନ୍ଦ୍ରମନ୍ତ୍ରୀ ପୁରସ୍କାର ପ୍ରଦାନ କରିଥିଲେ।