Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୂର୍ବୋଦୟ ଯୋଜନାରେ ଓଡ଼ିଶାର ଯୋଗାଯୋଗ କ୍ଷେତ୍ରରେ ମାଇଲଖୁଣ୍ଟ ସାବ୍ୟସ୍ତ ହେବ : ଧର୍ମେନ୍ଦ୍ର ପ୍ରଧାନ

Sanchar Live by Sanchar Live
April 17, 2025
in ଓଡିଶା
0
ପୂର୍ବୋଦୟ ଯୋଜନାରେ ଓଡ଼ିଶାର ଯୋଗାଯୋଗ କ୍ଷେତ୍ରରେ ମାଇଲଖୁଣ୍ଟ ସାବ୍ୟସ୍ତ ହେବ : ଧର୍ମେନ୍ଦ୍ର ପ୍ରଧାନ
0
SHARES
14
VIEWS
FacebookTwitter

ରାଜ୍ୟରେ ପ୍ରାୟ ୪ ହଜାର ୧୩୭ କୋଟି ଟଙ୍କାର ୧୯ଟି ଜାତୀୟ ରାଜପଥ ପ୍ରକଳ୍ପ କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ଲୋକାର୍ପଣ ଓ ଶିଳାନ୍ୟାସ ହୋଇଛି ।  ଲୋକାର୍ପଣ ଏବଂ ଶିଳାନ୍ୟାସ ହୋଇଥିବା ରାଜପଥ ପ୍ରକଳ୍ପ ‘ପୂର୍ବୋଦୟ’ ଯୋଜନାରେ ଓଡ଼ିଶାର ଯୋଗାଯୋଗ କ୍ଷେତ୍ରରେ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ବୋଲି ଏକ ଭିଡିଓ  ବାର୍ତ୍ତା  ଜରିଆରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ‘ପୂର୍ବୋଦୟ ମିଶନ’ରେ ଶୁଭାରମ୍ଭ ହୋଇଥିବା ଏହି ପ୍ରକଳ୍ପଗୁଡିକ ଓଡ଼ିଶାରେ ସଡ଼କ ଭିତ୍ତିଭୂମିକୁ ମଜଭୂତ୍ କରିବ । ଲୋକଙ୍କ ଯାତାୟତ ସହଜ ହେବ । ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ନିଯୁକ୍ତି ସୃଷ୍ଟି ହେବ । ଆମର ସ୍ଥାନୀୟ ଓ ରାଜ୍ୟ ଅର୍ଥନୀତି ଅଧିକ ମଜଭୂତ୍ ହେବ । ଆମ ସରକାର ସବକା ସାଥ୍-ସବକା ବିକାଶର ସରକାର । ଲୋକାର୍ପିତ ହୋଇଥିବା  ପ୍ରକଳ୍ପ ଗୁଡିକ ଦ୍ୱାରା ସ୍ଥାନୀୟ ଅଞ୍ଚଳରେ ଶିଳ୍ପ ଓ ପର୍ଯ୍ୟଟନ  କ୍ଷେତ୍ରର ବିକାଶ ହେବା ସହ ସାମାଜିକ ଓ ଆର୍ଥିକ ବିକାଶରେ ମଧ୍ୟ ଅଭିବୃଦ୍ଧି ଘଟିବ । ଏହି ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଗଡକରୀ

ଓ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କୁ ଓଡ଼ିଶାବାସୀଙ୍କ ତରଫରୁ ଧନ୍ୟବାଦ ଜଣାଉଛି ।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଏବଂ ସାଢେ ୪ କୋଟି ଓଡ଼ିଆ ଲୋକଙ୍କ ଇଚ୍ଛାଶକ୍ତି କାରଣରୁ ଆଜି ରାଜ୍ୟରେ ଡବଲ ଇଞ୍ଜିନ ସରକାର ହୋଇଛି । ଆମ ସରକାରରେ ଜାତୀୟ ରାଜପଥ, ରେଳ, ବିମାନସେବା ଏବଂ ଯୋଗାଯୋଗ ଭିତ୍ତିଭୂମିକୁ ଅଧିକ ସୁଦୃଢ଼ କରିବା ଉପରେ ପ୍ରାଥମିକତା ଦିଆଯାଉଛି । ଜନଜାତୀୟ ଗୌରବ କରିଡର, ଶକ୍ତି କରିଡର, ବନ୍ଦର ଓ ଶିଳ୍ପ କରିଡର ମଧ୍ୟ ବିକଶିତ ହେଉଛି । ମୋଦୀ ସରକାରରେ ଓଡ଼ିଶାରେ ୪୦୦୦ରୁ ଅଧିକ କିଲୋମିଟର ଜାତୀୟ ରାଜପଥ ନିର୍ମାଣ କରାଯାଇଛି । କୋଷ୍ଟାଲ ହାଇଓ୍ୱେ, କ୍ୟାପିଟାଲ ରିଜିୟନ୍ ରିଙ୍ଗ୍ ରୋଡ୍, ସମ୍ବଲପୁର ରିଙ୍ଗ୍ ରୋଡ୍ ପ୍ରକଳ୍ପ ଓଡ଼ିଶାର ଅର୍ଥନୀତିକୁ ତ୍ୱରାନ୍ୱିତ କରିବ । ମାନ୍ୟବର ମୋଦିଜୀ ଭାରତର ସାମଗ୍ରିକ ବିକାଶକୁ ଆଖି ଆଗରେ ରଖି ପୂର୍ବୋଦୟ ମିଶନର କଳ୍ପନା କରିଛନ୍ତି, ଯାହାର କେନ୍ଦ୍ରବିନ୍ଦୁରେ ଓଡ଼ିଶା ରହିଛି ।

୨୦୩୬ରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ଓ ୨୦୪୭ରେ ଦେଶ ସ୍ୱାଧୀନତାର ୧୦୦ ବର୍ଷ ପୂରଣ ହେବ । ୨୦୪୭ ସୁଦ୍ଧା ଆମ ଦେଶ ଭାରତ ୩୦ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବାର ଲକ୍ଷ୍ୟ ରଖିଛି । ସେହିପରି ଓଡ଼ିଶା ୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଓ ୨୦୪୭ ସୁଦ୍ଧା ୧.୫ ଟ୍ରିଲିୟନ ଡଲାର ଅର୍ଥନୀତି ହାସଲ କରିବାର ଲକ୍ଷ୍ୟ ରଖିଛି । ବର୍ତ୍ତମାନ ସମୟରେ ରାଜପଥ, ଯୋଗାଯୋଗ ଏବଂ ଆନୁଷଙ୍ଗିକ ଭିତ୍ତିଭୂମିକୁ ତ୍ୱରାନ୍ୱିତ କରିପାରିଲେ ହିଁ ‘ବିକଶିତ ଓଡ଼ିଶା’ ଏବଂ ‘ବିକଶିତ ଭାରତ’ର ସ୍ୱପ୍ନ ସାକାର ହୋଇପାରିବ ।

ସଡ଼କ ସୁରକ୍ଷା ସଚେତନତା ନେଇ ଶ୍ରୀ ପ୍ରଧାନ କହିଛନ୍ତି ଯେ ବର୍ତ୍ତମାନ ସମୟରେ ବିଶ୍ୱରେ ରୋଡ୍ ସେଫଟି ବା ସଡ଼କ ସୁରକ୍ଷା କେତେ ଜରୁରୀ ହୋଇ ପଡିଛି । ଏଭଳି ସମୟରେ ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଦେଶର ସମସ୍ତ ସ୍କୁଲରେ ସଚେତନତା ସୃଷ୍ଟି କରିବା ପାଇଁ ‘ସଡକ ସୁରକ୍ଷା ଅଭିଯାନ’ରେ ସାମିଲ ହୋଇଛି । ସ୍କୁଲ ଶିକ୍ଷା ବ୍ୟବସ୍ଥାରୁ ସବୁ କ୍ଷେତ୍ରରେ ସଡ଼କ ସୁରକ୍ଷା ସଚେତନତା ଅଭିଯାନକୁ ଏକ ବ୍ୟାପକ ଜନଆନ୍ଦୋଳନରେ ପରିଣତ କରିବା ପାଇଁ ଶ୍ରୀ ପ୍ରଧାନ ଆହ୍ୱାନ କରିଛନ୍ତି ।

Tags: DharmendrapradhanNitish gadkari
ShareTweetShareSend
Sanchar Live

Sanchar Live

Next Post
ପାକିସ୍ତାନକୁ ଭାରତର କଡ଼ା ଜବାବ

ପାକିସ୍ତାନକୁ ଭାରତର କଡ଼ା ଜବାବ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର
  • ଲାଗିଲାଣି ଭିଡ଼, ଗାଁଠୁ ସହର ଉତ୍ସବ ମୁଖର
  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.