Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ସୋନିଆ ଓ ରାହୁଲଙ୍କ ମନ୍ତବ୍ୟ ସାମନ୍ତବାଦୀ ଓ ଅହଙ୍କାରର ମାନସିକତା : ଧର୍ମେନ୍ଦ୍ର ପ୍ରଧାନ

Sanchar Live by Sanchar Live
January 31, 2025
in ରାଜନୀତି
0
ସୋନିଆ ଓ ରାହୁଲଙ୍କ ମନ୍ତବ୍ୟ ସାମନ୍ତବାଦୀ ଓ ଅହଙ୍କାରର ମାନସିକତା : ଧର୍ମେନ୍ଦ୍ର ପ୍ରଧାନ

Oplus_131072

0
SHARES
6
VIEWS
FacebookTwitter

ସଂସଦରେ ମାନ୍ୟବର ରାଷ୍ଟ୍ରପତିଙ୍କ ଭାଷଣ ଉପରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟ ଅତ୍ୟନ୍ତ ନିନ୍ଦନୀୟ। ଏହି ବୟାନ କଂଗ୍ରେସର ସାମନ୍ତବାଦୀ ମାନସିକତା । ସେମାନଙ୍କ ଅହଂକାର ଏବଂ ଅନୁସୂଚିତ ଜନଜାତି ସମ୍ପ୍ରଦାୟରୁ ଆସିଥିବା ରାଷ୍ଟ୍ରପତିଙ୍କ ପ୍ରତି ଥିବା ନିରାଶା ଭାବନାକୁ ପ୍ରତିଫଳିତ କରୁଛି ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

କଂଗ୍ରେସର ଚିନ୍ତାଧାରା ସବୁବେଳେ ଏସସି-ଏସଟି-ଓବିସି ବିରୋଧୀ । କଂଗ୍ରେସ ପୁଣି ଥରେ ସେହି ହୀନ ମାନସିକତାର ପରିଚୟ ଦେଇଛି । ଦେଶର ସର୍ବୋଚ୍ଚ ପଦବୀରେ ଦାୟିତ୍ୱରେ ରହୁଥିବା ଦଳିତ, ଅବହେଳିତ ଓ ପଛୁଆ ସମ୍ପ୍ରଦାୟର ଲୋକମାନଙ୍କୁ କଂଗ୍ରେସ ନେତାମାନେ କେବେ ବି ବରଦାସ୍ତ କରିପାରିବେ ନାହିଁ । କଂଗ୍ରେସ କେବଳ ଏସଟି ସମ୍ପ୍ରଦାୟକୁ ଅପମାନିତ କରି ନାହିଁ ବରଂ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀକୁ ଅସମ୍ମାନ କରିଛି । ଜଣେ ମହିଳା ଏବଂ ଓଡ଼ିଶାକୁ ଅପମାନିତ କରିଛନ୍ତି । ରାଷ୍ଟ୍ରପତିଙ୍କ ବିରୋଧରେ ଅପମାନସୂଚକ ମନ୍ତବ୍ୟ ଦେଇଥିବାରୁ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଓ କଂଗ୍ରେସ ଦଳ କ୍ଷମା ମାଗିବା ଦରକାର ।

ଏହାବ୍ୟତୀତ ଶ୍ରୀ ପ୍ରଧାନ ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ଭୂୟସୀ ପ୍ରଶଂସା କରି କହିଛନ୍ତି ଯେ, ରାଷ୍ଟ୍ରପତି ମୁର୍ମୁ ବଜେଟ୍ ଅଧିବେଶନ ୨୦୨୫ର ଅବ୍ୟବହିତ ପୂର୍ବରୁ ସଂସଦର ଉଭୟ ଗୃହକୁ ସମ୍ବୋଧିତ କରି ଗତ ଦଶନ୍ଧିରେ ଭାରତର ଉଲ୍ଲେଖନୀୟ ଉପଲବ୍ଧି ଗୁଡ଼ିକୁ ପ୍ରଭାବଶାଳୀ ଭାବେ ଉପସ୍ଥାପନ କରିବା ସହ ୨୦୪୭ମସିହାରେ ବିକଶିତ ଭାରତର ଲକ୍ଷ୍ୟକୁ ସାକାର କରିବା ପାଇଁ ଏକ ଦୂରଦର୍ଶୀ ରୋଡମ୍ୟାପ୍ ପ୍ରସ୍ତୁତ କରିଛନ୍ତି । ମାନ୍ୟବର ରାଷ୍ଟ୍ରପତି କହିଥିଲେ । ଏହା ହେଉଛି ଭାରତର ବିକାଶ ଯାତ୍ରାର ‘ଅମୃତ କାଳ’। ଦେଶରେ ଚାଲିଥିବା ସରକାର ଯୁବ ବର୍ଗ, ମହିଳା, କୃଷକ, ଅବହେଳିତ ସମ୍ପ୍ରଦାୟ ଏବଂ ଗରିବଙ୍କ ଆକାଂକ୍ଷା ପୂରଣ ପାଇଁ ତିନି ଗୁଣା ଗତିରେ କାମ କରୁଛି ।

ବାବାସାହେବଙ୍କ ଦ୍ୱାରା ପ୍ରଦତ୍ତ ସମ୍ବିଧାନର ମୂଳ ଭାବନାକୁ ଗ୍ରହଣ କରିବା, ପ୍ରତ୍ୟେକ ଗରିବ ପରିବାରକୁ ଏକ ପକ୍କା ଘର ପ୍ରଦାନଠାରୁ ଆରମ୍ଭ କରି ମଧ୍ୟବିତ୍ତ ବର୍ଗଙ୍କୁ ସେମାନଙ୍କ ସ୍ୱପ୍ନ ସାକାର କରିବା ପାଇଁ ସଶକ୍ତ କରିବା, ଯୁବ ଉଦ୍ୟୋଗକୁ ପ୍ରୋତ୍ସାହିତ କରିବା ଏବଂ କୃଷକ, ମହିଳା ଏବଂ ଅସହାୟଙ୍କ ଆବଶ୍ୟକତାକୁ ପୂରଣ କରିବା ଉପରେ ରାଷ୍ଟ୍ରପତି ଅଭିଭାଷଣ ଦେଇଥିଲେ ।

ସେହିପରି ଜାତୀୟ ଶିକ୍ଷା ନୀତି ମାଧ୍ୟମରେ ଶିକ୍ଷାକ୍ଷେତ୍ରରେ ଉଦ୍ଭାବନ, ଗବେଷଣା ଏବଂ ବୈଜ୍ଞାନିକ ଆଭିମୁଖ୍ୟକୁ ପ୍ରୋତ୍ସାହିତ କରିବା,  ଇଜ୍ ଅଫ୍ ଡୁଇଂ ବିଜନେସ୍ ଏବଂ ‘ମେକ୍ ଇନ୍ ଇଣ୍ଡିଆ’କୁ ସୁଦୃଢ଼ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାର ‘ସେବା’ ଏବଂ ‘କର୍ତ୍ତବ୍ୟ’କୁ ପ୍ରାଥମିକତା ଦେଇ ପ୍ରତିଶ୍ରୁତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି। ସବକା ସାଥ୍, ସବକା ବିକାଶ, ସବକା ବିଶ୍ୱାସ ଓ ସବକା ପ୍ରୟାସ’ର ଭାବନାରେ ପରିଚାଳିତ ଆମ ସରକାରରେ ସୁନିଶ୍ଚିତ କରିଛନ୍ତି ଯେ ସମାଜର ପ୍ରତ୍ୟେକ ବର୍ଗ କେବଳ ଦେଶର ପ୍ରଗତିରେ ଭାଗୀଦାର ନୁହଁନ୍ତି ବରଂ ସମାନ ଭାବେ ସରକାରଙ୍କ ଯୋଜନାର ଲାଭାର୍ଥୀ ମଧ୍ୟ ଅଟନ୍ତି । ଆମର ସାମୂହିକ ପ୍ରୟାସ ଭାରତକୁ ଏକ ଶକ୍ତିଶାଳୀ, ସମୃଦ୍ଧ, ସମାବେଶୀ ଏବଂ ବିକଶିତ ରାଷ୍ଟ୍ରରେ ପରିଣତ କରିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

Tags: Dharmendrapradhanrahul gandhisonia gandhi
ShareTweetShareSend
Sanchar Live

Sanchar Live

Next Post
ଆଇଏଏସ୍ ସତ୍ୟବ୍ରତ ରାଉତ ବିଧାନସଭାର ନୂଆ ସଚିବ

ଆଇଏଏସ୍ ସତ୍ୟବ୍ରତ ରାଉତ ବିଧାନସଭାର ନୂଆ ସଚିବ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.