ସଂଚାର ବ୍ୟୁରୋ: ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ଏନକାଉଣ୍ଟର । ସୁରକ୍ଷା କର୍ମୀଙ୍କ ଗୁଳିରେ ୩ ଜଣ ମାଓବାଦୀ ନିହତ ହୋଇଛନ୍ତି । ଘଟଣାସ୍ଥଳରୁ ୩ଟି ବନ୍ଧୁକ ସହ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ । ଚିନ୍ତାଗୁମ୍ଫା ଜଙ୍ଗଲରେ ମାଓବାଦୀମାନେ ଏକତ୍ରିତ ହୋଇ ଏକ ବୈଠକ କରିବାର ଯୋଜନା କରୁଥିବା ବେଳେ, ଗୁଇନ୍ଦା ବିଭାଗକୁ ଏହାର ସୂଚନା ମିଳିଥିଲା । ଯାହାକୁ ଆଧାର କରି ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ ଆରମ୍ଭ ହୋଇଥିଲା ଅପରେସନ । ପ୍ରାୟ ୨ ଘଣ୍ଟାରୁ ଅଧିକ ସମୟ ଧରି ଗୁଳି ବିନିମୟ ହେବା ପରେ ନକ୍ସଲମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ବର୍ତ୍ତମାନ ଯବାନଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି।

