ବିବାହ ଋତୁରେ ସୁନା ଦର ଖସି ଥିବାରୁ ଗ୍ରାହକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା । କିନ୍ତୁ ଆଜି ବଢିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୦୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୮ ହଜାର ୫୫୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୨,୦୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୮ ,୫୫୦ ଟଙ୍କା ହୋଇଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୨,୦୯୦ ଟଙ୍କା ଓ ୭୮ ,୫୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୩,୧୫୦ ଟଙ୍କା ଓ ୭୯ ,୭୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୨,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୮,୫୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୨,୦୦୦ ଟଙ୍କା ଓ ୭୮,୫୫୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୧,୫୦୦ ହଜାର ଟଙ୍କା ହୋଇଛି ।