ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୬,୨୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୪,୮୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୬,୨୦୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୨୪,୮୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୩୬,୨୦୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୨୪,୮୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୩୬,୩୫୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୨୫,୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୭,୨୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୫,୮୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୬,୨୦୦ ଓ ୧,୨୪,୮୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୪୨,୦୦୦ ଟଙ୍କା ହୋଇଛି ।

