ଭୁବନେଶ୍ୱର : ଯଦି ଆପଣ ସୁନା ଏବଂ ରୂପା କିଣିବାର ପ୍ଲାନ୍ କରୁଛନ୍ତି ତେବେ ଆଜି ଆପଣଙ୍କୁ ପୂର୍ବ ଅପେକ୍ଷା ଅଧିକ ଟଙ୍କା ଖର୍ଚ୍ଚ କରିବାକୁ ପଡିବ । ଅର୍ଥାତ୍ ଆଜି ସୁନା ଦର ବୃଦ୍ଧି ପାଇଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୧ ହଜାର ୨୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୭ ହଜାର ୭୩୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୧, ୨୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୭ ,୭୩୦ ଟଙ୍କା ଥିଲା ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୧,୨୫୦ ଟଙ୍କା ଓ ୭୭ ,୭୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୧,୪୦୦ ଟଙ୍କା ଓ ୭୭ , ୮୮୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୧,୨୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୭,୭୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୧,୨୫୦ ଟଙ୍କା ଓ ୭୭,୭୩୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୧,୬୦୦ ହଜାର ଟଙ୍କା ହୋଇଛି ।