ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୯,୫୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୭,୦୯୦ ଟଙ୍କା ଛୁଇଁଛି ।
ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୯,୫୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୩୭,୦୯୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୯,୫୬୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୩୭,୦୯୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୪୯,୬୯୦ ଟଙ୍କା ଓ ୨୨ କ୍ୟାରଟେ ୧,୩୭,୨୪୦ ଟଙ୍କା ରହିଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୪୯,୫୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୭,୧୧୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୯,୫୬୦ ଓ ୨୨ କ୍ୟାରେଟ ମୂଲ୍ୟ ଦର ୧,୩୭,୦୯୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୩୪,୯୦୦ ଟଙ୍କା ହୋଇଛି ।

