ସଂଚାର ବ୍ୟୁରୋଏ ଆସୁଛି ଆଉ ଏକ ଲଘୁଚାପ, ପୁଣି ଭିଜିବ ଓଡ଼ିଶା । ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ୨୦ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ଫଳରେ ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ୨୦ ତାରିଖ ଯାଏଁ ଗଭୀର ସମୁଦ୍ରକୁ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ବାରଣ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
୧୭ ତାରିଖରେ କୋରାପୁଟ, ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି , ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରେ ଝଟକା ପବନ ସହ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୧୮ ଓ ୧୯ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କୋରାପୁଟ, ମାଲକାନଗିରି ଓ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଓଡ଼ିଶାର ଅନ୍ୟ ଜିଲ୍ଲାରେ ବଜ୍ରପାତ ନେଇ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ, ପଶ୍ଚିମ କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହିତ ଗଭୀର ସମୁଦ୍ରକୁ ନଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି ।