Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ବହୁଚର୍ଚ୍ଚିତ ନ୍ୟାସନାଲ ହେରାଲଡ ବେଆଇନ ଅର୍ଥ କାରବାର ମାମଲା : ବଢ଼ିଲା ସୋନିଆ ଓ ରାହୁଲଙ୍କ ଅଡୁଆ

Sanchar Live by Sanchar Live
April 13, 2025
in ଭାରତ
0
ବହୁଚର୍ଚ୍ଚିତ ନ୍ୟାସନାଲ ହେରାଲଡ ବେଆଇନ ଅର୍ଥ କାରବାର ମାମଲା : ବଢ଼ିଲା ସୋନିଆ ଓ ରାହୁଲଙ୍କ ଅଡୁଆ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ବହୁଚର୍ଚ୍ଚିତ ନ୍ୟାସନାଲ ହେରାଲଡ ବେଆଇନ ଅର୍ଥ କାରବାର ମାମଲା । କଂଗ୍ରେସ ନେତା ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କ ସହ ସମ୍ପର୍କିତ ସମ୍ପତ୍ତିକୁ ଜବତ କରିବା ଲାଗି ପ୍ରକ୍ରିୟା ଆରମ୍ଭ କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ସୋନିଆ ଓ ରାହୁଲଙ୍କ ମାଲିକାନାରେ ୟଙ୍ଗ ଇଣ୍ଡିଆନ ଲିମିଟେଡ ଦ୍ବାରା ଅଧିକୃତ ହୋଇଥିବା ଆସୋସିଏସେଟେଡ ଜର୍ଣ୍ଣାଲ୍ସ ଲିମିଟେଡ ବା ଏଜେଏଲର ସମ୍ପତ୍ତିକୁ ମୁମ୍ବାଇ ଓ ଲକ୍ଷ୍ମୌରେ ଠାବ କରିଛି ଇଡି । ଅତୀତରେ ନ୍ୟାସନାଲ ହେରାଲଡକୁ ୟଙ୍ଗ ଇଣ୍ଡିଆନ ଜରିଆରେ ପ୍ରକାଶନ କରୁଥିବା ଏଜେଏଲର ଆର୍ଥିକ ଅନିୟମିତତା ନେଇ ଅଭିଯୋଗ ଆସିବା ପରେ ଇଡି ଏହାର ତଦନ୍ତ କରୁଥିଲା । ଦୁର୍ନୀତି ସମ୍ପର୍କରେ ଅଭିଯୋଗ ଆଣିଥିଲେ ବିଜେପି ନେତା ସୁବ୍ରମଣ୍ୟମ ସ୍ବାମୀ । ଏଜେଏଲର ପ୍ରାୟ ୨ ହଜାର କୋଟି ଟଙ୍କାର ସମ୍ପତ୍ତିକୁ ୟଙ୍ଗ ଇଣ୍ଡିଆନ ବେଆଇନ ଭାବେ ଅକ୍ତିଆର କରିଥିବା ନେଇ ଅଭିଯୋଗ କରିଥିଲେ ସୁବ୍ରମଣ୍ୟମ । ଇଡି ଦର୍ଶାଇଛି ଏଜେଏଲର ପ୍ରାୟ ୯୮୮ କୋଟି ଟଙ୍କାର ସମ୍ପତ୍ତିକୁ ବେଆଇନ ଭାବେ ଅକ୍ତିଆର କରାଯାଇଛି ।

୨୦୨୩ ନଭେମ୍ବରରେ ଦିଲ୍ଲୀ, ମୁମ୍ବାଇ, ଲକ୍ଷ୍ମୌରେ ଥିବା ୬୬୧ କୋଟି ଟଙ୍କାର ସମ୍ପତ୍ତିକୁ ଆଟାଚ କରିଥିଲା ଇଡି । ଏଥିରେ ଥିଲା ଏଜେଏଲର ପ୍ରାୟ ୯୦ କୋଟି ଟଙ୍କାର ସେୟାର । ମୁମ୍ବାଇସ୍ଥିତ ହେରାଲ୍ଡ ହାଉସରେ ଚାଲିଥିବା ଜିନ୍ଦଲ ସାଉଥ ଓ୍ବେଷ୍ଟ ପ୍ରୋଜେକ୍ଟସକୁ ବି ଏକ ନୋଟିସ ପଠାଯାଇଛି । ଏହା ସହ ବିଲଡିଂରୁ ଆଦାୟ ହେବାକୁ ଥିବା ଭଡା ବର୍ତ୍ତମାନଠାରୁ ଇଡି ନିକଟରେ ଜମା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ୨୦୧୪ରେ ସୁବ୍ରମଣ୍ୟମ ସ୍ବାମୀ ଏହି ଅଭିଯୋଗ ଆଣିବା ପରେ ୨୦୨୧ରେ ଏହାର ଇଡି ତଦନ୍ତ ଆରମ୍ଭ ହୋଇଥିଲା । ୨ହଜାର କୋଟି ଟଙ୍କାର ଏଜେଏଲର ସମ୍ପତ୍ତିକୁ ମାତ୍ର ୫୦ ଲକ୍ଷ ଟଙ୍କାର ୟଙ୍ଗ ଇଣ୍ଡିଆନ ହାତେଇଥିବା ଅଭିଯୋଗରେ ଦର୍ଶାଯାଇଥିଲା । ଆଇନଗତ ବିବାଦ ମଧ୍ୟରେ ଏହାର ତଦନ୍ତ ଲାଗି ଦିଲ୍ଲୀ ହାଇକୋର୍ଟ ଓ ସୁପ୍ରିମକୋର୍ଟ ଅନୁମତି ଦେଇଥିଲେ । ଇଡିର ଅଭିଯୋଗ ଅନୁସାରେ ଜାଲ ଡୋନେସନ ବାବଦରେ ୧୮ କୋଟି, ଅଗ୍ରୀମ ଭଡ଼ା ବାବଦରେ ୩୮ କୋଟି ଓ ବିଜ୍ଞାପନ ବାବଦରେ ୨୯ କୋଟି ଟଙ୍କା ଆଦାୟ କରାଯାଇଛି ।

Tags: rahul gandhisonia gandhi
ShareTweetShareSend
Sanchar Live

Sanchar Live

Next Post
ରାଜଧାନୀରେ ଶିଶୁ ଚୋରି ଅଭିଯୋଗ

ରାଜଧାନୀରେ ଶିଶୁ ଚୋରି ଅଭିଯୋଗ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.