ଖୋଲିଲା ହୀରାକୁଦ ଡ୍ୟାମର ଆଉ ୧୦ ଗେଟ

0
SHARES
13
VIEWS

ଉପରମୁଣ୍ଡରେ ଲଗାଣ ବର୍ଷା କାରଣରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଫଳରେ ଜଳଭଣ୍ଡାରରୁ ଅତିରିକ୍ତ ବନ୍ୟା ଜଳ ନିଷ୍କାସନ ପାଇଁ ଶୁକ୍ରବାର ଦିନ ହୀରାକୁଦ ଡ୍ୟାମ୍ କର୍ତ୍ତୃପକ୍ଷ ୧୦ଟି ଗେଟ୍ ଖୋଲିଛନ୍ତି। ବର୍ତ୍ତମାନ ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି ।

ଜଳଭଣ୍ଡାରରେ ଜଳସ୍ତର ନିରନ୍ତର ବଢ଼ୁଥିବାରୁ ଏହାକୁ ନିୟନ୍ତ୍ରଣରେ ରଖିବା ପାଇଁ ଡ୍ୟାମ୍ କର୍ତ୍ତୃପକ୍ଷ ଏହି ନିଷ୍ପତ୍ତି ନେଇଛନ୍ତି। ସକାଳ ୯ଟା ସୁଦ୍ଧା ହୀରାକୁଦ ଜଲଭଣ୍ଡାରର ଜଲସ୍ତର ୬୨୪ ଫୁଟ ହୋଇ ସାରିଲାଣି । ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୩ ଲକ୍ଷ ୮୬ ହଜାର କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ , ମାତ୍ର ୧ ଲକ୍ଷ ୮୦ ହଜ଼ାର କ୍ୟୁସେକ ଜଳ ଜଲଭଣ୍ଡାରରୁ ମହାନଦୀକୁ ନିଷ୍କାସନ କରାଯାଉଛି । ଜଳ ପ୍ରବେଶ ସ୍ଥିତିକୁ ଦୃଷ୍ଟିରେ ରଖି ଦିନ ୨ଟା ପରେ ଆହୁରି ଅଧିକ ଗେଟ୍ ଖୋଲିବାର ସମ୍ଭାବନା ରହିଛି ବୋଲି ଅଧିକାରୀମାନେ ପ୍ରକାଶ କରିଛନ୍ତି।

ଲଗାଣ ବର୍ଷା ଏବଂ ମହାନଦୀର ଉପରମୁଣ୍ଡ ଅଞ୍ଚଳରୁ ବଢ଼ିଥିବା ଜଳପ୍ରବାହ ଯୋଗୁଁ ତଳିଆ ଉପକୂଳ ଓଡ଼ିଶାରେ ମଧ୍ୟମ ଧରଣର ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ଆଜି ସକାଳେ କଟକ ନିକଟସ୍ଥ ମୁଣ୍ଡଳୀ ବ୍ୟାରେଜରେ ଜଳପ୍ରବାହ ୮ରୁ ୯ ଲକ୍ଷ କ୍ୟୁସେକ୍ ମଧ୍ୟରେ ପହଞ୍ଚିବା ପରେ ପ୍ରଶାସନ ସତର୍କତା ବଢ଼ାଇଛି ।

ବନ୍ୟା ଜଳ ନିଷ୍କାସନକୁ ଦୃଷ୍ଟିରେ ରଖି ତଳମୁଣ୍ଡରେ ଥିବା ଜିଲ୍ଲାଗୁଡ଼ିକର ପ୍ରଶାସନକୁ ସତର୍କ କରାଇ ଦିଆଯାଇଛି। ମହାନଦୀ କୂଳ ଏବଂ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସତର୍କ ରହିବା ସହ ନଦୀ କୂଳକୁ ନଯିବା ପାଇଁ ଡ୍ୟାମ୍ କର୍ତ୍ତୃପକ୍ଷ ପରାମର୍ଶ ଦେଇଛନ୍ତି।

Next Post

Leave a Reply

Your email address will not be published. Required fields are marked *

I agree to the Terms & Conditions and Privacy Policy.