Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ ଆଜି କେଉଁ ରାଶି ପାଇଁ କିପରି କଟିବ ଦିନ

Sanchar Live by Sanchar Live
February 2, 2025
in ଜୀବନ ଶୈଳୀ
0
ଜାଣନ୍ତୁ ଆଜିର ଦିନ ଆପଣଙ୍କ ପାଇଁ କିପରି କଟିବ
0
SHARES
43
VIEWS
FacebookTwitter

ମେଷ : କର୍ମକ୍ଷେତ୍ରରେ ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଆନୁଷ୍ଠାନିକ କିମ୍ବା ଶୁଭ କାର୍ଯ୍ୟରେ ବନ୍ଧୁମାନେ ସଠିକ୍‌ ଖବର ଦେବାରେ ହେଳା କରିପାରନ୍ତି । ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଓ ଅକୁଣ୍ଠ ସମର୍ଥନ ଯୋଗୁ ଆଗେଇ ଯିବେ । ଜମିବାଡ଼ି କ୍ରୟ କରିବା ସକାଶେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ ।

ବୃଷ : ଆଜି ଅନିମନ୍ତ୍ରିତ ଭାବରେ କେଉଁଠିକୁ ଯିବା କିମ୍ବା କିଛି ପଚାରିବା ପୂର୍ବରୁ କହିବା ଓଲଟା ଫଳ ପ୍ରଦାନ କରିବ । ଶତ୍ରୁତା ଲାଗି ରହିଥିବାରୁ ଅଧିକାଂଶ ସମୟ ମନ ଅସ୍ଥିର ରହିପାରେ । ହାତକୁ ନେଇଥିବା କାମ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ । କିନ୍ତୁ ଗୃହ ସମସ୍ୟା, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ ।

ମିଥୁନ : ଆଜି ଯେଉଁ ସମସ୍ୟା ବହୁତ ଦିନରୁ ଥିଲା ତାହା ସମାଧାନ ହୋଇପାରେ । ଯେତେ ଭଲ କାମ କଲେ ମଧ୍ୟ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ । ବୁଝାମଣା ଭିତ୍ତିରେ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ । ଘରର ବରାଦ ଅନୁଯାୟୀ ଗୃହୋପକରଣ ସାମଗ୍ରୀ କ୍ରୟ କରିବାକୁ ପଡ଼ିପାରେ ।

କର୍କଟ : ପାରିବାରିକ ସମସ୍ୟା ସହ ଖର୍ଚ୍ଚ ପରିମାଣ ବୃଦ୍ଧି କରିବ । ପ୍ରଶାସନିକ କ୍ଷେତ୍ରରେ ସବୁ କିଛି ଶେଷ ସମୟରେ ଓଲଟ ପାଲଟ ହୋଇଯାଇପାରେ । ଆଲୋଚନା ସମୟରେ ଆପଣଙ୍କ ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ । ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ ।

ସିଂହ : ସବୁ ଠିକ୍‌ଠାକ୍‌ ରହିଥିଲେ ମଧ୍ୟ ଜମିଜମାକୁ କେନ୍ଦ୍ରକରି ଭ୍ରାତୃ ସମ୍ପର୍କରେ କିଛି ସମସ୍ୟା ଦେଖା ଦେଇପାରେ । ପିଲାଙ୍କ କୃତୀ ଓ କୃତିତ୍ୱ ସକାଶେ ମାନସିକ ସ୍ତରରେ ଗର୍ବ ଅନୁଭବ କରିପାରନ୍ତି । ଦୀର୍ଘ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ । ରାଜନୀତି କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହୋଇପାରେ ।

କନ୍ୟା : ଆଜି ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହି କାମ ହାସଲ କରିବେ । ତଥାପି ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ କୌଣସି ନୂତନ ପଦକ୍ଷେପ ନେବେ । ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭର ଆଲୋଚନା କରିବେ ।

ତୁଳା : ଦୈହିକ ସୁସ୍ଥତା ଥିଲେ ମଧ୍ୟ କେତେକ ଅପୂରଣୀୟ କାମନା ମନକୁ ବ୍ୟସ୍ତ ବିବ୍ରତ କରାଇବ । ଲେଖାପଢ଼ା, କଳା, ସାହିତ୍ୟ ଓ ଅଭିନୟ ଜଗତରୁ ପ୍ରଶଂସା ପାଇବେ । କର୍ମକ୍ଷେତ୍ରର ବିବାଦୀୟ ଘଟଣାରେ ଯେଉଁ ଆଶଙ୍କା କରୁଛନ୍ତି, ସେଥିରେ କିଛି ହେବ ନାହିଁ । ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି ।

ବିଛା : ସଭା ସମିତିରେ ଅପ୍ରିୟ ସତ୍ୟ କହିବା କାରଣରୁ ମିତ୍ରମାନେ ଈର୍ଷାପରାୟଣ ହୋଇପାରନ୍ତି । ଖଳ ଲୋକଙ୍କ ଦ୍ୱାରା କର୍ମକ୍ଷେତ୍ରରେ ଗୁଜବ ମନକୁ ଆତଙ୍କିତ କରିପାରେ । ପରିବାରରେ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହୋଇପାରନ୍ତି । ପିଲାଙ୍କ ସ୍ବାସ୍ଥ୍ୟହାନି, ବନ୍ଧୁଙ୍କ ଅଭିଯୋଗ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ ।

ଧନୁ : ଗୁରୁଜନଙ୍କ ପ୍ରଚେଷ୍ଟାରୁ ଦୀର୍ଘ ଦିନରୁ ଲାଗି ରହିଥିବା ବିବାଦୀୟ ଘଟଣାର ବିଜୟୀ ହେବେ । କର୍ମକ୍ଷେତ୍ରରେ ମନକୁ ପାଇଲା ଭଳି କଥା କହି ପରିସ୍ଥିତିକୁ ହାଲୁକା କରିପାରନ୍ତି । ଭୁଲ୍‌ ବୁଝାମଣା କାରଣରୁ ସହକର୍ମୀଙ୍କ ସହ ସୁସମ୍ପର୍କ ରହିନପାରେ । ଘରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିବାର ଆଶଙ୍କା ରହିଛି ।

ମକର : ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । କର୍ମକ୍ଷେତ୍ରରେ ମଧ୍ୟ ବିଭିନ୍ନ ସମସ୍ୟା ଲାଗି ରହିଥିବାରୁ ମନ ଅଶାନ୍ତ ରହିବ । ସାମାଜିକ ସ୍ତରରେ କେତେକ ନୂତନ କାମର ପରିକଳ୍ପନା କରି ପ୍ରଶଂସିତ ହେବେ । ପରିବାରର ଖର୍ଚ୍ଚଭାର ଅତ୍ୟଧିକ ବୃଦ୍ଧି ପାଇବା ଯୋଗୁ ଚିନ୍ତାପ୍ରକଟ କରିବେ ।

କୁମ୍ଭ : କୌଣସି ଗୁରୁ୍‌ତ୍ୱପୂର୍ଣ୍ଣ କାମରେ ମାନସିକ ଦ୍ୱନ୍ଦ୍ୱ ବଢ଼ିବା କାରଣରୁ ତାହା ନିଷ୍ପତ୍ତି ନେବାରେ ବିଳମ୍ବିତ କରାଇବ । ବନ୍ଧୁଙ୍କ ସାହାଯ୍ୟରୁ ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଅସୁବିଧା ନଥିଲେ ମଧ୍ୟ କେତେକ ସମସ୍ୟା କାରଣରୁ ମନରେ ସ୍ଥିରତା ରହିନପାରେ । ଅସହିଷ୍ଣୁ ମନୋଭାବରୁ ହଠାତ୍‌ ବିରାଧୀ ପକ୍ଷ ସକ୍ରିୟ ହୋଇ ଉଠିବେ ।

ମୀନ : ଆତ୍ମୀୟମାନଙ୍କ ସମ୍ବନ୍ଧରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ଜମିଜମା ସମସ୍ୟା କ୍ରମଶଃ ଜଟିଳ ହେବ, ମାତ୍ର ତାହା ଅସ୍ଥାୟୀ ଭଳି ମନେ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟରୁ ଲାଭବାନ୍‌ ହେବେ, କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା କମିବ ନାହିଁ । ଆର୍ଥିକ ସ୍ଥିତି ପୂର୍ବବତ୍‌ ରହିବ, କିନ୍ତୁ କାମ ଅଟକିବ ନାହିଁ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଆଜି ନୟାଗଡ଼ର ବହୁ ଚର୍ଚ୍ଚିତ ମାତା ବୈଷ୍ଣୋଦେବୀଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ

ଆଜି ନୟାଗଡ଼ର ବହୁ ଚର୍ଚ୍ଚିତ ମାତା ବୈଷ୍ଣୋଦେବୀଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.