Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ଦାମ୍ପତ୍ୟ ଜୀବନ ସୁଖମୟ ହେବ

Sanchar Live by Sanchar Live
March 2, 2025
in ଜୀବନ ଶୈଳୀ
0
ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ଦାମ୍ପତ୍ୟ ଜୀବନ ସୁଖମୟ ହେବ
0
SHARES
42
VIEWS
FacebookTwitter

ମେଷ : ଦୃଢ଼ ମନୋବଳ ହେତୁ ଖୁସି ମିଜାଜରେ କାମ କରିବାର ସୌଭାଗ୍ୟ ଅର୍ଜନ କରିବେ । ବନ୍ଧୁମିଳନ ପରିପ୍ରେକ୍ଷୀରେ ଆଜି ଭଲ ଖାଇବାକୁ ମିଳିବ ଏବଂ ଖର୍ଚ୍ଚ କରିବାକୁ ଅର୍ଥର ଅଭାବ ରହିବ ନାହିଁ । ବିବାଦୀୟ ଘଟଣାଠାରୁ ଦୂରେଇ ନ ରହିଲେ ନିଜ ଉପରକୁ ଝାମେଲା ଆସିପାରେ । କର୍ମକ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ ।

ବୃଷ : ଆଜି ସକାଳୁ ବନ୍ଧୁ ପରିଜନଙ୍କୁ ଦେଖିବା ପାଇଁ ମନ ବ୍ୟାକୁଳିତ ହେବ । ଭୁଲ୍‌ ବୁଝାମଣା କାରଣରୁ ସବୁ ସୁବିଧା ଥିଲେ ମଧ୍ୟ ପାରିବାରିକ ଶାନ୍ତି ବ୍ୟାହତ ହୋଇପାରେ । ସାଙ୍ଗଠନିକ କାର୍ଯ୍ୟରେ ଲୋକସମ୍ପର୍କ ରକ୍ଷା କରିବା ଦିଗରେ ପଛେଇ ଯାଇପାରନ୍ତି । କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଥିବା ସମସ୍ୟା ଦୂରେଇଯିବ ।

ମିଥୁନ : ପ୍ରତିବନ୍ଧକଜନିତ ଅସୁବିଧା ମଧ୍ୟରେ ଗତି କଲେ ମଧ୍ୟ ପାରିବାରିକ, ପ୍ରଶାସନ କ୍ଷେତ୍ରରୁ ସୁଫଳ ପାଇବେ । ସ୍ବାସ୍ଥ୍ୟରେ ଉନ୍ନତି ଘଟିବାରୁ ଖୁସି ରହିବେ । ଆନୁଷ୍ଠାନିକ କାମ, ମନୋରଞ୍ଜନ, ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ । ଛୋଟ ଘଟଣାକୁ କେନ୍ଦ୍ରକରି ମାନସିକ ସ୍ଥିତି ବିଶେଷ ଭଲ ରହିବ ନାହିଁ ।

କର୍କଟ : ପ୍ରତ୍ୟେକ କ୍ଷେତ୍ରରେ ପ୍ରକୃତ ଘଟଣା ନ ବୁଝି କୌଣସି କଥାରେ ମୁଣ୍ଡ ପୂରାନ୍ତୁ ନାହିଁ । ଅନ୍ୟମନସ୍କ କିମ୍ବା ଅସାବଧାନତା କାରଣରୁ ଦରକାରୀ କାଗଜପତ୍ର କିମ୍ବା ସୁନା ଜିନିଷ ହଜିଯିବା ଆଶଙ୍କା ରହିଛି । ସଙ୍ଗଠନରେ କିମ୍ବା ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଲକ୍ଷ୍ୟ ହାସଲରେ ଆଗେଇଯିବେ । ସ୍ବାସ୍ଥ୍ୟ ସମସ୍ୟା ପ୍ରଗତିର ପଥରୋଧ କରିବ ।

ସିଂହ : ଆଜି ସକାଳୁ କୌଣସି ଶୁଭଖବର ମନକୁ ଆହ୍ଲାଦିତ କରିବ । କିନ୍ତୁ ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍‌ ହେବା କାରଣରୁ ମନ ସୁଖ ରହିବ ନାହିଁ । ଏଣେ କଥା ଦେଇଥିବା ଲୋକଟି ପରକ୍ଷଣରେ ଓଲଟା କଥା କହି ନାସ୍ତିବାଣୀ ଶୁଣାଇପାରେ । କର୍ମ କ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସହଯୋଗ କରିବାର ପ୍ରତିଶ୍ରୁତି ଦେଇପାରନ୍ତି ।

କନ୍ୟା : ସାମାଜିକ ସ୍ତରରେ ଉଚ୍ଚବର୍ଗର ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ହେବେ । ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ । ଅପରାହ୍ନେ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ପରିବାରରେ କିମ୍ବା କର୍ମକ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ ।

ତୁଳା : ଆଜି ଅତୀତ ସ୍ମୃତିଚାରଣ କରି ମାନସିକ ସ୍ତରରେ ବିଚଳିତ ବୋଧ କରିପାରନ୍ତି । ଉଚ୍ଚ ଆଶା ଧରି ଆଗେଇବା ପାଇଁ ଚେଷ୍ଟା କରିବେ, କିନ୍ତୁ ସମ୍ପୂର୍ଣ୍ଣ ସନ୍ତୋଷଜନକ ନ ହୋଇପାରେ । ଫେରନ୍ତା ବାଟରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି । ବନ୍ଧୁଙ୍କ ସହ ଦେବଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିପାରେ ।

ବିଛା : କର୍ମକ୍ଷେତ୍ରରେ ବିଭିନ୍ନ ଯୋଜନାର କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବ । ଆଜିର କର୍ମକ୍ଷେତ୍ରରେ ଜଣେ ଅପରିଚିତ ବ୍ୟକ୍ତି ବହୁତ ସାହାଯ୍ୟ କରିବେ । ପୁତ୍ରକନ୍ୟାଙ୍କ ବିବାହ ବିଷୟକୁ କେନ୍ଦ୍ରକରି ସମସ୍ୟା ଲାଗି ରହିବ । ଆନୁଷ୍ଠାନିକ କ୍ଷେତ୍ରରେ ବିବାଦୀୟ ସ୍ଥିତିଜନିତ ମାନସିକ ଦ୍ୱନ୍ଦ୍ୱ ଭିତରେ ଗତି କରିବେ ।

ଧନୁ : ସତର୍କତା ମଧ୍ୟରେ ଚଳିଲେ ମଧ୍ୟ ଅନ୍ୟମାନଙ୍କ ପ୍ରରୋଚନାରେ ପଡ଼ି ପଡ଼ୋଶୀ ପ୍ରତିବାଦ କରିପାରନ୍ତି । ସଭାସମିତି, କଳା ସାହିତ୍ୟ, ଆନୁଷ୍ଠାନିକ କାମରେ ମନୋରଞ୍ଜନ ପ୍ରୀତିପ୍ରଦ ହେବ । ବ୍ୟବସାୟ ମାନ୍ଦା ହେବ ନାହିଁ, କିନ୍ତୁ କ୍ଷତି ନ ହେଲେ ମଧ୍ୟ ବିଶେଷ ଲାଭ ହେବ ନାହିଁ । ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ ।

ମକର : ଆଜି ଆପଣଙ୍କ କାର୍ଯ୍ୟପ୍ରଣାଳୀ ଓ ବିଚାରଧାରାକୁ ଅନ୍ୟମାନେ ସମ୍ମାନ କରିବେ । ଦେହ ଭଲ ରହିଲେ ମଧ୍ୟ ଆଣ୍ଠୁଗଣ୍ଠି ବାତଜନିତ ରୋଗରେ କଷ୍ଟ ପାଇପାରନ୍ତି । ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ । ପାରିବାରିକ ଅଶାନ୍ତି ଅନୁଭବ କରିପାରନ୍ତି । ଅବଶ୍ୟ ଏହା ବେଶୀ ସମୟ ରହିବ ନାହିଁ ।

କୁମ୍ଭ : ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ କଳହ ଦେଖାଦେଇପାରେ । ଖୋଜୁଥିବା ଲୋକଟିର ଖବର କିମ୍ବା ହଜିଯାଇଥିବା ଜିନିଷ ଆଜି ସାୟାହ୍ନେ ପାଇପାରନ୍ତି । ପରିସ୍ଥିତିରେ ପଡ଼ି ବନ୍ଧୁଙ୍କ ଆଗରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବେ । ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟକୁ ଯିବାପୂର୍ବରୁ ସମସ୍ୟା ଆସିପାରେ ।

ମୀନ : ହାତକୁ ନେଇଥିବା କାମ ସୁରୁଖୁରୁରେ ହୋଇଯିବାରୁ ଆନନ୍ଦିତ ହେବେ । ମନର ବଳ ଖୁବ୍‌ ଟାଣ ରହିବ ଏବଂ ନିଜ ଜିଦ୍‌ରେ ଅଟଳ ରହି ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି । ନିଜ ପରିସରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ପରିସ୍ଥିତିବଶତଃ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ ।

ShareTweetShareSend
Sanchar Live

Sanchar Live

Next Post
ଆଜି ଭାରତକୁ ଭେଟିବ ନ୍ୟୁଜିଲାଣ୍ଡ

ଆଜି ଭାରତକୁ ଭେଟିବ ନ୍ୟୁଜିଲାଣ୍ଡ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.