Thursday, June 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଶୁକ୍ରବାର: ଜାଣନ୍ତୁ କେଉଁ ରାଶି ପାଇଁ କଣ ରହିଛି ଖବର

Sanchar Live by Sanchar Live
June 4, 2026
in ଜୀବନ ଶୈଳୀ
0
ଶୁକ୍ରବାର: ଜାଣନ୍ତୁ କେଉଁ ରାଶି ପାଇଁ କଣ ରହିଛି ଖବର
0
SHARES
8
VIEWS
FacebookTwitter

ମେଷ : ଦଶମ ଚନ୍ଦ୍ର, ପଞ୍ଚମୀ ତିଥି ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ କାର୍ଯ୍ୟରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମତତ୍ପରତା, କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଅତୁଟ ରହିବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

ବୃଷ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅମନିନ୍ଦା ମିଳିବ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ପରିବାରର ସମସ୍ତ ଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ମା’ କାଳୀ ।

ମିଥୁନ : ଅଷ୍ଟମ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକଶ ପାଇବ । ଯେଉଁମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ସପ୍ତମ ଚନ୍ଦ୍ର, ଶୁକ୍ରବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତି ହେବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଘାତଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରେ ଦିନଟି କଟିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ପରିବାର ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଏବଂ ପଡ଼ୋଶୀଙ୍କ ସହ ତିକ୍ତତା ଉପୁଜିବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଶତ୍ରୁ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୂର୍ବାଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : ପଞ୍ଚମ ଚନ୍ଦ୍ର, ପଞ୍ଚମୀ ତିଥି ଓ ଘାତନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ପାରିବାରିକ ବିବାଦ ଓ ଜମିଜମା ବିବାଦ ଲାଗି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଚତୁର୍ଥ ଚନ୍ଦ୍ର, ଶୁକ୍ରବାର, ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନଯୋଗ କରିବେ । ପାରିବାରିକ ବିବାଦ, ଜମିଜମା ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଚିତ୍ରା ଓ ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ତୃତୀୟ ଚନ୍ଦ୍ର, ଘାତବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ପରିବାରର ସଦସ୍ୟଙ୍କ ସହଯୋଗ ମିଳିବ ଏବଂ ଭାଇଭଉଣୀଙ୍କଠାରୁ ଆର୍ଥିକ ସହାୟତା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଘାତବାର, କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଆର୍ଥିକ ଠକାମିରେ ପଡ଼ିବେ । କର୍ମରେ ବିଫଳତା ଏବଂ ସମସ୍ତ କର୍ମରେ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ଶ୍ରୀଚନ୍ଦ୍ର, ଶୁକ୍ରବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ସ୍ୱଜନ, ପରିଜନଙ୍କ ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ଆୟ ତୁଳନାରେ ବ୍ୟୟ ବହୁତ କମ୍ ରହିବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର କମ୍ ରହିବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ । କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ ଏବଂ ଧାର୍ମିକ କର୍ମରେ ନିଜକୁ ସାମିଲ୍ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଧନିଷ୍ଠା ଓ ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

ମୀନ : ଏକାଦଶ ଚନ୍ଦ୍ର, ଘାତବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ଘାତବାରର ପ୍ରଭାବ ରହିବ ନାହିଁ । ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ ପ୍ରାପ୍ତି ହେବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ମାଣିକେଶ୍ୱରୀ ।

Tags: fridayhoroscope
ShareTweetShareSend
Sanchar Live

Sanchar Live

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଶୁକ୍ରବାର: ଜାଣନ୍ତୁ କେଉଁ ରାଶି ପାଇଁ କଣ ରହିଛି ଖବର
  • ଜାଣନ୍ତୁ ଖରା ଦିନରେ ଅଙ୍ଗୁର ଶରୀର ପାଇଁ କେତେ ଲାଭଦାୟକ?
  • ବେଦୀରେ ବସିବା ପରେ ବଦଳିଗଲା ବରର ମନ
  • ଶ୍ରୀମନ୍ଦିରରେ ହେବ ଇ- ହୁଣ୍ଡି ବ୍ୟବସ୍ଥା
  • ଆଫଗାନିସ୍ତାନ ବିପକ୍ଷ ଦିନିକିଆ ଶୃଙ୍ଖଳାରୁ ବାଦ୍ ପଡିଲେ ବିରାଟ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.