ମେଷ-
ଶାରୀରିକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । ରାଜନେତାଙ୍କ ସାମାଜିକ ସ୍ତର ବଢ଼ିବ । କୋର୍ଟ କଚେରୀ ମାମଲାକୁ ନେଇ ଚିନ୍ତାରେ ରହିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା- ୯
ପ୍ରତିକାର- ଶ୍ରୀ ହନୁମାନଙ୍କ ପାଖରେ ପେଡା ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ ।
ବୃଷ-
ବ୍ୟବସାୟରେ ପ୍ରତିଦ୍ଵନ୍ଦୀତା ବଢ଼ିବ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ପୈତୃକ ସମ୍ପତ୍ତିକୁ ନେଇ ଭାଗ ଦେଖାଦେବ । ମହିଳା ମାନେ ବନ୍ଧୁ ପରିଜନଙ୍କ ସହିତ ସମୟ ବିତାଇବେ । ବହୁ ଦିନର ସ୍ୱପ୍ନ ସାକାର ହେବ । ଆପଣଙ୍କର ଧ୍ୟାନ ଧାର୍ମିକ କାର୍ଯ୍ୟରେ ଲାଗି ରହିବ । ସନ୍ତାନର ସଫଳତା ଯୋଗୁଁ ଖୁସିର ପରିବେଶ ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଗୋଶାଳାରେ ଗୋଖାଦ୍ୟ ଦାନ କରନ୍ତୁ
ମିଥୁନ-
ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣି ଦେବ । ଆପଣଙ୍କ ସମ୍ପର୍କରେ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସହ ପ୍ରେମପୂର୍ଣ୍ଣ ବ୍ୟବହାର କରିବେ । ସଙ୍ଗୀତଜ୍ଞଙ୍କୁ ବଡ଼ ସୁଯୋଗ ମିଳିବ । ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଗୋଟା ମୁଗ କୌଣସି ବିପ୍ରଙ୍କୁ ଦାନ କରନ୍ତୁ
କର୍କଟ-
କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ । ସ୍ୱାସ୍ଥ୍ୟରେ ଉନ୍ନତି ହେବାରୁ ସାମୟିକ ଆନନ୍ଦିତ ରହିବେ । ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ । ଯାନବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିପାରନ୍ତି । ପିଲାଦିନର ସାଙ୍ଗଙ୍କ ସହିତ ଭେଟ ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ମା ଭୁବନେଶ୍ଵରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ । ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ଶ୍ରୀ ବିଷ୍ଣୁଙ୍କର ପୂଜା କରନ୍ତୁ
କନ୍ୟା-
ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ । ଗାଡ଼ି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡ଼ି ପାରନ୍ତି । ନିର୍ମାଣ କାର୍ଯ୍ୟରେ ଆଗେଇବେ, ଆଶା ବଢ଼ି ବଢ଼ି ଚାଲିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- କୌଣସି ଧର୍ମାନୁଷ୍ଠାନରେ ନିଜର ସାଧ୍ୟ ମତେ କିଛି ସାହାଯ୍ୟ, ସହଯୋଗ କରନ୍ତୁ ।
ତୁଳା-
ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ପଡ଼ିପାରନ୍ତି । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡ଼ି ଜମି ବିକ୍ରୟ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- କୌଣସି ଅସହାୟ ବା ଗରିବ ସ୍ତ୍ରୀ ଲୋକଙ୍କୁ ସାହାଯ୍ୟ କରନ୍ତୁ ।
ବିଛା-
କମ୍ ପରିଶ୍ରମ କରି ନିଜର ଉଦ୍ଦେଶ୍ୟ ହାସଲ କରିନେବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ସବୁ କାମ ନିର୍ଦ୍ଧାରିତ ସମୟରେ ପୁରା କରିବା ପାଇଁ ଚେଷ୍ଟା କରିବେ । ଜେଲ୍ରୁ ଜାମିନ୍ ମିଳିପାରେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନ ଲାଭ ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ପେଟ ବ୍ୟଥାରୁ ମୁକ୍ତି ମିଳିବ । ଯେକୌଣସି କାମ କରିବା ବେଳେ ମନକୁ ଶାନ୍ତ ରଖନ୍ତୁ । ବ୍ୟବସାୟରେ ପରିଶ୍ରମ ଅନୁଯାୟୀ ଫଳ ପାଇବେ । ରାଜନୈତିକ କ୍ଷେତ୍ରରେ ଟିକିଏ ଜଟିଳ ଆଡ଼କୁ ଗତି କରିବ କିନ୍ତୁ ପରିମାଣ ବିଶେଷ କିଛି ଖରାପ ହେବ ନାହିଁ । ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ ହରିଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୂର୍ଣ୍ଣ କରିବେ । ସାମ୍ବାଦିକତା କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । ଘରୋଇ କାର୍ଯ୍ୟକୁ ପୁରା କରିବାରେ ସକ୍ଷମ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପ୍ରତିଦିନ ସକାଳୁ କିଛି ଖାଦ୍ୟ କାଉ ମାନଙ୍କୁ ଖାଇବାକୁ ଦିଅନ୍ତୁ ।
କୁମ୍ଭ-
ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୌଭାଗ୍ୟ ପ୍ରଦାନ କରିବ । ବିଦ୍ୟାର୍ଥୀ ମାନେ କିଛି ସଫଳତା ପାଇପାରନ୍ତି । ସାମାଜିକ ଓ ପ୍ରଭାବଶାଳୀ କାର୍ଯ୍ୟରେ ମନ ବଳାଇବେ । ଛୋଟ ବଡ଼ ବିବାଦକୁ ଛାଡ଼ିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ । ଗୃହିଣୀ ମାନେ କର୍ତ୍ତବ୍ୟ ପରାୟଣ ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ହନୁମାନ ଚାଳିଶା ପାଠ କରନ୍ତୁ
ମୀନ-
ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ଆର୍ଥିକ କ୍ଷେତ୍ରରେ ଲାଭବାନ ସହିତ ସଞ୍ଚୟ କରିପାରନ୍ତି । ବନ୍ଧୁଙ୍କ ମିଥ୍ୟା ଅଭିଯୋଗ ସକାଶେ ବିରକ୍ତି ଭାବ ପ୍ରକାଶ କରିବେ । ନୂତନ ପ୍ରେମ ସମ୍ପର୍କରେ ଆବଦ୍ଧ ହୋଇପାରନ୍ତି । ଜମିକୁ ନେଇ ବହୁ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ । ମହିଳା ମାନେ ବନ୍ଧୁ ପରିଜନଙ୍କ ପ୍ରିୟ ପାତ୍ର ହେବେ । ସାମାଜିକ କ୍ଷେତ୍ରରେ ଯଶ ବଢ଼ିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

