ସଂଚାର ବ୍ୟୁରୋ: ଆଜି ସକାଳୁ ସୁନା ରେଟ ପୁଣି ଉପରେ କାରବାର କରୁଛି । ସୁନା ଦରରେ ଆଜି ସାମାନ୍ୟ ବୃଦ୍ଧି ଘଟିଛି । ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍ ?
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୨, ୨୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୩ ,୭୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୦୨,୨୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୯୩, ୭୦୦ ଟଙ୍କାକୁ ପହଞ୍ଚିଛି ।
ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୦୨,୨୨୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୩ ହଜାର ୭୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୦୨,୩୭୦ ଟଙ୍କା ଓ ୨୨ କ୍ୟାରେଟ୍ ୯୩, ୮୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୦୨,୨୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୩ ହଜାର,୭୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୦୨,୨୨୦ ଓ ୯୩,୭୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୧୫ ,୦୦୦ ଟଙ୍କା ହୋଇଛି ।
କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।
ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।