Saturday, November 7, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home କ୍ରୀଡ଼ା

ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ଭାରତ, ଅଷ୍ଟ୍ରେଲିଆକୁ ଧୂଳି ଚଟାଇଲା ରୋହିତ ବାହିନୀ

Sanchar Live by Sanchar Live
March 4, 2025
in କ୍ରୀଡ଼ା
0
0
SHARES
16
VIEWS
Facebook
Twitter

ଦୁବାଇ : ଆଇସିସି ଚାମ୍ପିୟନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ କରିଛି ଟିମ ଇଣ୍ଡିଆ । ମଙ୍ଗଳବାର ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆକୁ ୪ ଓ୍ବିକେଟରେ ପରାସ୍ତ କରି ଭାରତ ଫାଇନାଲରେ ପ୍ରବେଶ କରିଛି । ଏହା ସହିତ ୨୦୨୩ ବିଶ୍ବକପ ଫାଇନାଲ ପରାଜୟର ପ୍ରତିଶୋଧ ନେଇଛି ଭାରତ ।

ଏହି ମ୍ୟାଚରେ ଅଷ୍ଟ୍ରେଲିଆ ପକ୍ଷରୁ ଭାରତ ଆଗରେ ବିଜୟ ପାଇଁ ୨୬୫ ରନର ଲକ୍ଷ୍ୟ ରଖାଯାଇଥିଲା । ଭାରତ ପକ୍ଷରୁ ରୋହିତ ଶର୍ମା ଓ ଶୁଭମନ ଗିଲ ଭଲ ଆରମ୍ଭ କରିଥିଲେ ବି ଗିଲ୍ ମାତ୍ର ୮ ରନ କରି ଆଉଟ ହୋଇଯାଇଥିଲେ । ତେବେ ରୋହିତ ଶର୍ମା ଓ ବିରାଟ କୋହଲି ସ୍କୋରକୁ ଆଗେଇ ନେଇଥିଲେ । ରୋହିତ ୨୮ ରନ କରି ଆଉଟ ହୋଇଥିଲେ ବି ବିରାଟ ଲଢୁଆ ବ୍ଯାଟିଂ କରି ଦଳକୁ ବିପଦମୁକ୍ତ କରିବା ସହ ବିଜୟରେ ସବୁଠାରୁ ବଡ ଯୋଗଦାନ ଦେଇଥିଲେ । ସେ ୮୪ରନ କରିଥିଲେ । ଶ୍ରେୟୟ ଆୟର ୪୫ ରନ ଓ କେଏଲ ରାହୁଲ ୪୨ରନ ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ୨୮ ରନ କରିଥିଲେ ।

ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଅଷ୍ଟ୍ରେଲିଆକୁ ଆରମ୍ଭରୁ ବଡ଼ ଝଟକା ଦେଇଥିଲେ ଭାରତୀୟ ବୋଲର ମହମ୍ମଦ ସମ୍ମି । ସେ କୁପର କନୋଲିଙ୍କୁ ଶୂନ ରନରେ ପାଭିଲିୟନ ପଠାଇଦେଇଥିଲେ । ତେବେ ଟ୍ରାଭିସ ହେଡ ଓ ଷ୍ଟିଭ ସ୍ମିଥଙ୍କ ମଧ୍ୟରେ ଏକ ଭଲ ପାର୍ଟନରସିପ ଦେଖିବାକୁ ମିଳିଥିଲା । ହେଡ୍ ୩୯ ରନ କରିଥିବାବେଳେ ୭୩ ରନ କରିଥିଲେ । ମାର୍ନ ଲାବୁସଚାନ ୨୯ ରନ କରିଥିବାବେଳେ ଆଲେକ୍ସ କେରି ୬୧ ରନ କରିଥିଲେ । ତେବେ ଦଳର ନିମ୍ନକ୍ରମ ବ୍ୟାଟ୍ସମ୍ୟାନମାନେ ବିଶେଷ ଯୋଗଦାନ ଦେଇପାରିନଥିଲେ । ଦଳ ୪୯.୩ ଓଭରରେ ୨୬୪ ରନ କରି ଅଲଆଉଟ ହୋଇଯାଇଥିଲା । ଭାରତ ପକ୍ଷରୁ ସମ୍ମି ୩ଟି ଓ୍ବିକେଟ ନେଇଥିବାବେଳେ ରବୀନ୍ଦ୍ର ଜାଦେଜା ଓ ବରୁଣ ଚକ୍ରବର୍ତ୍ତୀ ୨ଟି ଲେଖାଏଁ ଓ୍ବିକେଟ ନେଇଥିଲେ ।

Related posts

ଦ୍ୱିତୀୟ ଦିନିକିଆ ପୂର୍ବରୁ ବଡ଼ ପଡିଲେ ଏହି ଖେଳାଳି

ଦ୍ୱିତୀୟ ଦିନିକିଆ ପୂର୍ବରୁ ବଡ଼ ପଡିଲେ ଏହି ଖେଳାଳି

November 6, 2026
ଅନ୍ତର୍ଜାତୀୟ ଫୁଟବଲରୁ ରୋନାଲ୍ଡୋଙ୍କ ଅବସର

ଅନ୍ତର୍ଜାତୀୟ ଫୁଟବଲରୁ ରୋନାଲ୍ଡୋଙ୍କ ଅବସର

November 5, 2026
Tags: austreliachampionstrophyindia

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍
  • ଦ୍ୱିତୀୟ ଦିନିକିଆ ପୂର୍ବରୁ ବଡ଼ ପଡିଲେ ଏହି ଖେଳାଳି
  • ଏମିତି ଜ୍ୱାଇଁ କାହାକୁ ନମିଳୁ…

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.