ଭୁବନେଶ୍ୱର: କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଛେଦ। ଜାଗୃତିଙ୍କୁ ବିବାହ କରିବେ ଓଲିଉଡ ଅଭିନେତା ତଥା ପୂର୍ବତନ ସାଂସଦ ଅନୁଭବ ମହାନ୍ତି । ଗତକାଲି ରାଜ୍ୟ ବାହାରେ ଉଭୟଙ୍କ ନିର୍ବନ୍ଧ ହୋଇଥିବା ଚର୍ଚ୍ଚା ହେଉଛି। ସୋସିଆଲ ମିଡିଆରେ ଏହାର ଫଟୋ ଭାଇରାଲ ହୋଇଛି । ଆସନ୍ତା ୧୧ ତାରିଖରେ ବାହାଘର ହେବ ବୋଲି ସୂଚନା ମିଳିଛି। ପୂର୍ବରୁ ଜାଗୃତିଙ୍କୁ ନେଇ ଚର୍ଚ୍ଚା ଲାଗିରହିଥିଲା । ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଚ୍ଛେଦ ପରେ ଅନୁଭବ ଖୁବଶୀଘ୍ର ଜାଗୃତିଙ୍କୁ ବିବାହ କରିବେ ବୋଲି ଚର୍ଚ୍ଚା ହେଉଥିଲା । ଦୀର୍ଘଦିନ ଧରି ଏନେଇ ଆଲୋଚନା ହେଉଥିବା ବେଳେ ନିର୍ବନ୍ଧ ଶେଷ ହୋଇଥିବା କୁହାଯାଉଛି ।
ଶୁକ୍ରବାର ରାଜ୍ୟ ବାହାରର କେଉଁ ଏକ ସ୍ଥାନରେ ଉଭୟଙ୍କ ନିର୍ବନ୍ଧ ସରିଥିବା ବେଳେ ଉଭୟ ପରସ୍ପରକୁ ମୁଦି ପିନ୍ଧାଇଛନ୍ତି , ଆସନ୍ତା ୧୧ ତାରିଖରେ ଉଭୟଙ୍କ ବିବାହ ହେବ ବୋଲି ଚର୍ଚ୍ଚା ହେଉଥିଲେ ମଧ୍ୟ ଏନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ତେବେ ଉଭୟ ପରିବାର ଓ କିଛି ଖାସ ଅତିଥିଙ୍କ ସହ ଓଡ଼ିଶା ବାହାରେ ଦୁହେଁ ବିବାହ କରୁଥିବା ବିଶ୍ୱସ୍ତ ସୂତ୍ରରୁ ଜଣା ପଡିଛି । ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ସହ ବିବାହ ବିଛେଦ ପରେ ଜାଗ୍ରତିଙ୍କୁ ଦ୍ବିତୀୟ ବିବାହ କରିବାକୁ ଯାଉଛନ୍ତି ଅନୁଭବ ।
ସିନେ ତାରକା ତଥା ପୂର୍ବତନ ସାଂସଦ ଅନୁଭବ ମହାନ୍ତି ଓ ଜାଗ୍ରତି ଶୁକ୍ଲାଙ୍କ ବିବାହକୁ ନେଇ ସୋସିଆଲ୍ ମିଡିଆରେ ଚର୍ଚ୍ଚା ଜୋରଦାର ହେଉଛି । ଇତିମଧ୍ୟରେ ନିର୍ବନ୍ଧ ଶେଷ ହୋଇଥିବା ସୂଚନା ମିଳିଛି । ନିର୍ବନ୍ଧ ବେଳର ଫଟୋ ବିଭିନ୍ନ ସୋସିଆଲ୍ ମିଡିଆରେ ଘୂରିବୁଲୁଛି । ଫଟୋରେ ଉଭୟ ପରସ୍ପର ହାତ ଧରିଥିବା ଦେଖିବାକୁ ମିଳିଛି । ନିର୍ବନ୍ଧ ଦିଲ୍ଲୀରେ ହୋଇଥିବା ନେଇ ଚର୍ଚ୍ଚା ହେଉଥିବା ବେଳେ ଅନୁଭବଙ୍କ ପକ୍ଷରୁ କିନ୍ତୁ ଏନେଇ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନାହିଁ ।