Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କାଳିଆ ଯୋଜନା : ଟଙ୍କା ଫେରାଇବେ ଅଯୋଗ୍ୟ ହିତାଧିକାରୀ

Sanchar Live by Sanchar Live
September 13, 2024
in ଓଡିଶା
0
କାଳିଆ ଯୋଜନା : ଟଙ୍କା ଫେରାଇବେ ଅଯୋଗ୍ୟ ହିତାଧିକାରୀ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: କାଳିଆ ଯୋଜନାକୁ ନେଇ ଆସିଲା ବଡ଼ ଖବର । ଶୁଣିଲେ ଚିନ୍ତାରେ ପଡ଼ିଥିବେ ବହୁ ହିତାଧିକାରୀ । କାଳିଆ ଯୋଜନା ନେଇ ସିଏଜି ରିପୋର୍ଟରେ ଆଶ୍ଚର୍ଯ୍ୟ କଲା ଭଳି ତଥ୍ୟ ପ୍ରକାଶ ପାଇଛି। ୨୦୧୯ରୁ ୨୦୨୧ ମଧ୍ୟରେ ୬୫.୬୪ ଲକ୍ଷ ହିତାଧିକାରୀଙ୍କୁ କାଳିଆ ଟଙ୍କା ଦିଆଯାଇଥିଲା। ୪୧.୬୪ ଲକ୍ଷ ହିତାଧିକାରୀଙ୍କୁ ୩ ଥର, ୮.୦୯ ଲକ୍ଷଙ୍କୁ ୨ ଥର ଟଙ୍କା ମିଳିଥିବା ବେଳେ ୧୫ ଲକ୍ଷ ୯୧ ହଜାର ହିତାଧିକାରୀଙ୍କୁ କେବଳ ଥରଟିଏ କିସ୍ତି ଟଙ୍କା ମିଳିଛି। ଯୋଜନା କାର୍ଯ୍ୟକାରୀ ବେଳେ ୯.୭୬ ଲକ୍ଷ ଅଯୋଗ୍ୟ ହିତାଧିକାରୀ ଧରାପଡ଼ିଥିଲେ। ପରେ ଡାଟାବେସ ବିଶ୍ଳେଷଣ ବେଳେ ଆଉ ୨.୯୬ ଲକ୍ଷ ଅଯୋଗ୍ୟ ମିଳିଥିଲେ। ଏହିପରି ମୋଟ ୧୨.୭୨ ଲକ୍ଷ ଅଯୋଗ୍ୟ ହିତାଧିକାରୀ କାଳିଆର ଯୋଜନାର କିସ୍ତି ଟଙ୍କା ପାଇଥିଲେ। ଏହି ୧୨ ଲକ୍ଷ ଅଯୋଗ୍ୟ ହିତାଧିକାରୀ ୭୮୨ କୋଟି ନେଇଯାଇଥିବା ବେଳେ ତାଲିମ ନ ଦେଇ ୧୪.୦୪ ଭୂମିହୀନ କୃଷି ଶ୍ରମିକଙ୍କୁ ଟଙ୍କା ଦିଆଯାଇଥିଲା। ଏହି ଭୂମିହୀନ କୃଷି ଶ୍ରମିକ ୩ଟି କିସ୍ତିରେ ଟଙ୍କା ପାଇଥିଲେ।

ତେବେ କାଳିଆ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏକ ବଡ଼ ଘୋଷଣା କରିଛନ୍ତି । କାଳିଆ ଯୋଜନାରେ ଯେଉଁମାନେ ଅଯୋଗ୍ୟ ଅଛନ୍ତି, ସେମାନେ ଟଙ୍କା ଫେରାଇବେ ନା ନାହିଁ ତାକୁ ନେଇ ଏକ ପ୍ରକାର ଦ୍ବନ୍ଦ୍ୱ ଲାଗି ରହିଥିଲା । CAG ରିପୋର୍ଟରେ କାଳିଆ ଯୋଜନାର ଅଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ଦିଆଯିବା ପ୍ରସଙ୍ଗରେ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ରଖିଛନ୍ତି ବଡ଼ ବୟାନ ।

ସେ କହିଛନ୍ତି, ଅଯୋଗ୍ୟ ହିତାଧିକାରୀଙ୍କଠାରୁ ଟଙ୍କା ରିକଭରି ନେଇ CAG ଯେଉଁ କଥା ଦର୍ଶାଇଛନ୍ତି, ତାହା ସମ୍ଭବ ହୋଇପାରିବ ନାହିଁ । ଅର୍ଥାତ ଅଯୋଗ୍ୟ ହିତାଧିକାରୀ ଟଙ୍କା ଫେରସ୍ତ କରିବେ ନାହିଁ । ସିଏଜି ରିପୋର୍ଟରେ ଦର୍ଶାଯାଇଛି ଯେ ତତ୍କାଳୀନ ବିଜେଡି ସରକାରଙ୍କ କାଳିଆ ଯୋଜନାରେ ୧୨ ଲକ୍ଷରୁ ଅଧିକ ଅଯୋଗ୍ୟ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ଦିଆଯାଇଛି । ଏଥିଯୋଗୁଁ ୭୮୨ କୋଟି ଟଙ୍କାର ରାଜସ୍ବ କ୍ଷତି ହୋଇଛି।

ସୂଚନାଯୋଗ୍ୟ, ବିଜେଡି ସରକାରରେ ଥିବା କାଳିଆ ଯୋଜନା ବର୍ତ୍ତମାନ ସରକାରରେ ସିଏମ କିଷାନ ଯୋଜନା ହୋଇଛି। ନୂଆଖାଇ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ହିତାଧିକାରୀମାନଙ୍କୁ ସିଏମ କିଷାନ ଯୋଜନାର ଟଙ୍କା ଦେଇଛନ୍ତି। ଖରିଫ ଓ ରବି ଫସଲ ପୂର୍ବରୁ ଯୋଗ୍ୟ ହିତାଧିକାରୀମାନେ ଡିବିଟି ମାଧ୍ୟମରେ ଦୁଇଟି କିସ୍ତିରେ ମୋଟ ୪ ହଜାର ଟଙ୍କା ଆର୍ଥିକ ସହାୟତା ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଏହି ଅବସରରେ ସି.ଏମ. କିଷାନ ପୋର୍ଟାଲ ସହ କୃଷକ ଓ ୟୁନିଫାଏ ପୋର୍ଟାଲ୍ର ମଧ୍ୟ ଉନ୍ମୋଚନ କରିଛନ୍ତି। ଏହି ପୋର୍ଟାଲ ଅଧୀନରେ ସି.ଏମ. କିଷାନ ସି.ଏମ. କିଷାନ ଓ ପି.ଏମ. କିଷାନ ଯୋଜନାରେ ନୂଆ ହିତାଧିକାରୀଙ୍କ ନାମ ପଞ୍ଜୀକରଣ କରାଯାଇପାରିବ । ଏହାଛ ଆଗାମୀ ଦୁଇ ମାସ ପର୍ଯ୍ୟନ୍ତ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରିବା ପାଇଁ ପି.ଏମ. କିଷାନ ଯୋଜନାର ସୱତନ୍ତ୍ର ଅଭିଯାନ ନୂଆଖାଇଠାରୁ ଆରମ୍ଭ ହୋଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ରାଜ୍ୟର ସମସ୍ତ ଚାଷୀ ଭଉଣୀଭାଇମାନଙ୍କୁ କୃଷିକ୍ଷେତ୍ରରେ ସଶକ୍ତ କରିବାର ମୂଳ ଲକ୍ଷ୍ୟ ରଖି ରାଜ୍ୟ ସରକାର ସର୍ବଦା କାର୍ଯ୍ୟ କରୁଛନ୍ତି। ସିଏମ କିଷାନ ଯୋଜନାରେ ହସ୍ତାନ୍ତର ହେଉଥିବା ଏହି ସହାୟତା ରାଶି ଚାଷୀ ମାନଙ୍କୁ ଅତ୍ୟାବଶ୍ୟକୀୟ କୃଷି ସମାଗ୍ରୀ ଯଥା ବିହନ, ସାର, କୀଟନାଶକ ଇତ୍ୟାଦି ଆବଶ୍ୟକତା ଅନୁଯାୟୀ କିଣିବାରେ ନିଶ୍ଚିତ ରୂପେ ସହାୟତା କରିବ। ରବି ଋତୁରେ ୯୨୫ କୋଟିରୁ ଅଧିକ ଟଙ୍କା ବିନିଯୋଗ ମାଧ୍ୟମରେ ରାଜ୍ୟର ୪୫,୫୭,୭୩୩ ଜଣ କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ଏବଂ ୩୯,୩୦୩ ଭୂମିହୀନ କୃଷି ପରିବାର ଏହା ମାଧ୍ୟମରେ ଉପକୃତ ହେବେ। ସିଏମ କିଷାନର ଏହି ସହାୟତା ରାଶି ଉଭୟ ଖରିଫ ଓ ରବି ଋତୁ ପାଇଁ ଦୁଇଟି କିସ୍ତିରେ ସମୁଦାୟ ଚାରି ହଜାର ଟଙ୍କା ପ୍ରଦାନ କରାଯିବ। ସିଏମ କିଷାନ ଯୋଜନାର ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ପିଲାମାନଙ୍କ ବୈଷୟିକ ଉଚ୍ଚ ଶିକ୍ଷା ନିମନ୍ତେ କୃଷି ବିଦ୍ୟା ନିଧି ଯୋଜନାରେ ଦୁଇ ଲକ୍ଷ ଟଙ୍କା ଛାତ୍ର ବୃତ୍ତିର ବ୍ୟବସ୍ଥା କରାଯାଇଛି ବୋଲି ସେ କହିଥିଲେ।

ସେ ଆହୁରି ମଧ୍ୟ କହିଥିଲେ ଯେ, କେନ୍ଦ୍ର ସରକାରଙ୍କ ଦ୍ବାରା ପରିଚାଳିତ କୃଷକ କଲ୍ୟାଣକାରୀ ଯୋଜନା ପିଏମ କିଷାନ ଯୋଜନାରେ ଭୂମିଧାରି ଚାଷୀଙ୍କ ପାଇଁ ତିନୋଟି କିସ୍ତିରେ ବାର୍ଷିକ ୬ ହଜାର ଟଙ୍କାର ବ୍ୟବସ୍ଥା କରାଯାଇଛି। ଏଥିରେ ସିଏମ କିଷାନ ଯୋଡି ହୋଇଗଲେ ଚାଷୀ ବର୍ଷକୁ ୧୦ ହଜାର ଟଙ୍କା ପାଇବେ। ଏହି ଯୋଜନାର ହିତାଧିକାରୀ ଚୟନ ପ୍ରକ୍ରିୟା କାର୍ଯ୍ୟକୁ ଦୁଇ ମାସ ବୃଦ୍ଧି କରି ନଭେମ୍ବର ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ବ୍ଲକରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି ସମୟ ମଧ୍ୟରେ ନାମ ପଞ୍ଜିକରଣ ଓ ଅନ୍ୟାନ୍ୟ ଜରୁରୀ କାର୍ଯ୍ୟ କୃଷକ ମାନେ ଜନ ସେବା କେନ୍ଦ୍ର ମାଧ୍ୟମରେ ନିଶୁଳ୍କ ଭାବେ ସମ୍ପାଦନ କରି ପାରିବେ। ଲୋକାର୍ପିତ ହୋଇଥିବା ସିଏମ କିଷାନ ପୋର୍ଟାଲ ମାଧ୍ୟମରେ ଉଭୟ ସିଏମ କିଷାନ ଓ ପିଏମ କିଷାନ ଅନଲାଇନ କାର୍ଯ୍ୟ ସମ୍ପାଦିତ ହେବ ବୋଲି ସେ କହିଥିଲେ। ଏଥି ସହିତ ରାଜ୍ୟର ସମସ୍ତ ଚାଷୀମାନଙ୍କ ସୁବିଧା ପାଇଁ କୃଷକ ଓଡିଶା ୟୁନିଫାଏଡ ପୋର୍ଟାଲର ବ୍ୟବସ୍ଥା କରାଯାଇଛି । ଏହା ମାଧ୍ୟମରେ ଚାଷୀମାନେ ବିଭିନ୍ନ କୃଷି ଓ ଆନୁସଙ୍ଗିକ କାର୍ଯ୍ୟ ସମ୍ପନ୍ଧୀୟ ପ୍ରଚଳିତ ସରକାରୀ ଯୋଜନା ବିଷୟରେ ତଥ୍ୟ ଜାଣିପାରିବା ସହିତ ଏଥିରୁ ମିଳୁଥିବା ସୁବିଧା ପାଇଁ ମଧ୍ୟ ଆବେଦନ କରି ପାରିବେ।

Tags: kalia yojanaodisha
ShareTweetShareSend
Sanchar Live

Sanchar Live

Next Post
 ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ମିଳିଲା ଜାମିନ୍

 ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ମିଳିଲା ଜାମିନ୍

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.