ସଂଚାର ବ୍ୟୁରୋ: ଖୋର୍ଦ୍ଧା ମୁକୁନ୍ଦପ୍ରସାଦରେ ହତ୍ଯାକାଣ୍ଡ। ଦିନ ଦ୍ଵିପ୍ରହରରେ ଯୁବକଙ୍କୁ ହାଣି ହତ୍ଯା କଲେ ଦୁର୍ବୃତ୍ତ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ହତ୍ଯାକାଣ୍ଡ ଘଟିଥିବା ଜଣାପଡିଛି। ସଂଘବଦ୍ଧ ଭାବେ ଆକ୍ରମଣ କରି ହତ୍ଯା କରିଛନ୍ତି ଦୁର୍ବୃତ୍ତ। ମୃତକ ମୁକୁନ୍ଦପ୍ରସାଦର ଶେଖ୍ ସାଜିଦ ବୋଲି ଜଣାପଡ଼ିଛି। ଖୋର୍ଦ୍ଧା ହସ୍ପିଟାଲରେ ରହିଛି ଶେଖ ସାଜିଦଙ୍କ ମୃତଦେହ। ଦୁଇ ଗୋଷ୍ଠୀ ଭିତରେ ପୂର୍ବରୁ ରହିଥିଲା ତିକ୍ତତା। ଏହାକୁ ନେଇ ଗ୍ଯାରେଜ ଭିତରେ ପଶି ହାଣିଲେ ଦୁର୍ବୃତ୍ତ। ଗତ କିଛିଦିନ ତଳେ ଛଣଗିରିରେ ମଧ୍ଯ ହୋଇଥିଲା ଗୋଷ୍ଠୀ ବିବାଦ। ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ଦୁଇ ଗୋଷ୍ଠୀ ଭିତରେ ବାରମ୍ବାର ମୁହାଁମୁହିଁ ହୋଇଛି। ସ୍ଥାୟୀ ସମାଧାନ ପାଇଁ ପ୍ରଶାସନ ଉଦ୍ଯମ କରୁନଥିବା ଜଣାପଡ଼ିଛି।