Tuesday, September 22, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା, ପ୍ରବଳ ଛେଚିବ

Sanchar Live by Sanchar Live
September 22, 2026
in ଓଡିଶା
0
ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା, ପ୍ରବଳ ଛେଚିବ
0
SHARES
1
VIEWS
FacebookTwitter

ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା । ଆସନ୍ତାକାଲି ସକାଳ ସୁଦ୍ଧା ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟରେ ପହଞ୍ଚିବା ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ୪ଦିନ ଧରି ବ୍ୟାପକ ବର୍ଷା ସହ ବଜ୍ରପାତ ଓ ଝଡ଼ ପବନ ହୋଇପାରେ । ଆସନ୍ତାକାଲିଠୁ ୨୫ ତାରିଖ ମଧ୍ୟରେ ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମ ଓଡ଼ିଶାରେ ବର୍ଷାର ପ୍ରଭାବ ସର୍ବାଧିକ ରହିବ। କିଛି ସ୍ଥାନରେ ୨୦ ସେଣ୍ଟିମିଟରରୁ ଅଧିକ ଅତିପ୍ରବଳ ବର୍ଷା ହୋଇପାରେ ।

ଆଜିଠୁ କାଲି ସକାଳ ମଧ୍ୟରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି ହୋଇଛି ।

ଆସନ୍ତାକାଲି ସକାଳରୁ ୨୪ ସକାଳ ମଧ୍ୟରେ କୋରାପୁଟ, ଗଜପତି ଓ ଗଞ୍ଜାମରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହି ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି ।କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଓ ମାଲକାନଗିରି ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ରହିଛି ।

ସେହିପରି ୨୪ ତାରିଖ ସକାଳରୁ ୨୫ ସକାଳ ମଧ୍ୟରେ ବର୍ଷାର ପ୍ରଭାବ ଆଭ୍ୟନ୍ତରୀଣ ଅଞ୍ଚଳକୁ ବଢ଼ିବ । କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଥିବା ବେଳେ ନୂଆପଡ଼ା, ବଲାଙ୍ଗୀର, ରାୟଗଡ଼ା, ଗଜପତି ଓ ଗଞ୍ଜାମ ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି ହୋଇଛି ।

ଆସନ୍ତାକାଲି ଭୋରରୁ ୨୪ ସନ୍ଧ୍ୟା ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶା–ଉତ୍ତର ଆନ୍ଧ୍ର ଉପକୂଳ ଏବଂ ସମୁଦ୍ରରେ ଘଣ୍ଟାପ୍ରତି ୫୫ରୁ ୬୫ କିଲୋମିଟର ବେଗରେ ପବନ ବହିପାରେ। ଝଟକା ପବନର ବେଗ ୭୫ କିଲୋମିଟର ଛୁଇଁବା ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତରୁ ଅତ୍ୟନ୍ତ ଅଶାନ୍ତ ରହିବାକୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ଅତିପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମିବା, ସ୍ଥାନୀୟ ବନ୍ୟା, ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ, ଗଛ ଉପୁଡ଼ିବା ଏବଂ ବିଦ୍ୟୁତ୍ ଓ ଯୋଗାଯୋଗ ସେବା ବ୍ୟାହତ ହୋଇପାରେ ।

ସଡ଼କ, ରେଳ ଓ ସମୁଦ୍ର ପରିବହନ ମଧ୍ୟ ପ୍ରଭାବିତ ହେବାର ଆଶଙ୍କା ରହିଛି । ପ୍ରାୟ ୨୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ କହିଛନ୍ତି ରାଜ୍ୟ ସରକାର । ଗଞ୍ଜାମରେ ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ ଖୋଲାଯିବା ସହ କଳିଙ୍ଗା ଘାଟି ସମେତ ବନ୍ୟା ଓ ଭୂସ୍ଖଳନପ୍ରବଣ ସ୍ଥାନଗୁଡ଼ିକୁ ଚିହ୍ନଟ କରାଯାଇଛି । ବର୍ତ୍ତମାନ ସୁଦ୍ଧା ପାଣିପାଗ ବିଭାଗ ଏହି ବ୍ୟବସ୍ଥାକୁ ବାତ୍ୟା ଭାବେ ଘୋଷଣା କରିନାହିଁ। ଏହାର ଗତିପଥ ଓ ତୀବ୍ରତା ଉପରେ ନଜର ରଖାଯାଇଛି ।

Tags: cycloneodishaweatherreport
ShareTweetShareSend
Sanchar Live

Sanchar Live

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା, ପ୍ରବଳ ଛେଚିବ
  • ମଧ୍ୟପ୍ରଦେଶ ଅଘଟଣ: ଏକସଙ୍ଗେ ଜଳିଲା ୭ ଜୁଇ
  • ପାର୍ବଣ ଋତୁରେ ରାଜଧାନୀରେ ଉତ୍ତେଜନା
  • ଲଘୁଚାପ ପ୍ରଭାବରେ ଅଶାନ୍ତ ପୁରୀ ସମୁଦ୍ର, ବଡ଼ ବଡ଼ ଉଠୁଛି ଢେଉ
  • କାଲିଠୁ କମ୍ପିବ ବିଧାନସଭା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.