ସଂଚାର ବ୍ୟୁରୋ: ପବିତ୍ର ମହାଶିବରାତ୍ରିରେ ପୁରୀର ଶ୍ରୀଲୋକନାଥଙ୍କ ପୀଠରେ ଭୋର ୬ଟାରେ ଉଠିଲା ମହାଦୀପ । ତେବେ ଶ୍ରୀଲୋକନାଥ ଦେବଙ୍କ ରୀତି, ନୀତି, ହରିହର ଭେଟ, ମହାଦୀପ ତଥା ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ସମସ୍ତ ନୀତି କାନ୍ତି ସୁରୁଖୁରୁରେ ହୋଇଛି। ନୀତି ନୀର୍ଘଣ୍ଟ ଅନୁଯାୟୀ ରାତି ୧୨ଟା ୫ରୁ ଦ୍ଵାରଫିଟା ନୀତି ପରେ ମଙ୍ଗଳା ଆଳତୀ, ମଇଲମ ପରେ ରାତ୍ର ୩ଟାରୁ ଶ୍ରଦ୍ଧାଳୁମାନେ ଦର୍ଶନ କରିଥିଲେ । ରାତି ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ଚାଲିଥିଲା । ଆଉ ରାତି ୧୦ଟାରୁ ୨ଟା ପର୍ଯ୍ୟନ୍ତ ବିଭିନ୍ନ ନୀତି, ହରିହର ପୂଜା, ଭୋଗ ସମ୍ପନ୍ନ, ବଡ଼ସିଂହାର ବେଶ ସହ ମହାଦୀପ ଉଠିଥିଲା । ପ୍ରାୟ ୪ଲକ୍ଷରୁ ଉର୍ଦ୍ଧ୍ବ ଭକ୍ତ ବାବା ଲୋକନାଥଙ୍କ ଚଳନ୍ତି ପ୍ରତିମା ର ସାନିଧ୍ୟ ନେଇଥିବା ବେଳେ ଜିଲ୍ଲା, ପୋଲିସ ଓ ଲୋକନାଥ ମନ୍ଦିର ଟ୍ରଷ୍ଟ ବୋର୍ଡ଼ ପକ୍ଷରୁ ଶୃଙ୍ଖଳିତ ଦର୍ଶନ ଓ ଜାଗର ପଦାରେ ଦୀପ ଜାଳିବା ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା