Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ମହାରାଷ୍ଟ୍ରରେ ଚାଲିଛି ମତଦାନ

Sanchar Live by Sanchar Live
November 20, 2024
in ରାଜନୀତି
0
ମହାରାଷ୍ଟ୍ରରେ ଚାଲିଛି ମତଦାନ

Oplus_131072

0
SHARES
2
VIEWS
FacebookTwitter

ନନ୍ଦିଘୋଷ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଲାଗି ବଡ଼ ଲଢ଼େଇ ।  ସକାଳ ୭ରୁ ଆରମ୍ଭ ହୋଇଛି ମତଦାନ ।  ଆଜି ରାଜ୍ୟର ସମସ୍ତ ୨୮୮ ବିଧାନସଭା ଆସନ ଲାଗି ପଡ଼ିବ ଭୋଟ୍‌ ମୈଦାନରେ ଅଛନ୍ତି ମୋଟ୍‌ ୪ ହଜାର ୧୩୬ ପ୍ରାର୍ଥୀ । ଏମାନଙ୍କ ମଧ୍ୟରେ ୨ ହଜାର ୮୬ ଜଣ ସ୍ୱାଧୀନ ପ୍ରାର୍ଥୀ ରହିଛନ୍ତି । ସାମ୍ନାସାମ୍ନି ଦୁଇ ମେଣ୍ଟ ମହାୟୁତି ଓ ମହା ବିକାଶ ଆଘାଡ଼ି । ମହାୟୁତିରେ ବିଜେପି, ଏକନାଥ ସିନ୍ଦେଙ୍କ ଶିବସେନା ଓ ଅଜିତ ପାୱାରଙ୍କ ଏନସିପି ରହିଥିବା ବେଳେ ମହାବିକାଶ ଆଘାଡ଼ିରେ କଂଗ୍ରେସ, ଉଦ୍ଧବ ଠାକରେଙ୍କ ଶିବସେନା ଓ ଶରଦ ପାୱାରଙ୍କ ଏନସିପି ରହଛି । ଏଥର ନେତା ବାଛିବେ ମୋଟ୍‌ ୯ କୋଟି ୭୦ ଲକ୍ଷ ମତଦାତା । ବିଜେପି ୧୪୯, ଶିବସେନା ୮୧ ଓ ଏନସିପି ୫୯ ଆସନରେ ପ୍ରାର୍ଥୀ ଦେଇଛନ୍ତି । ଅନ୍ୟପଟେ କଂଗ୍ରେସ ୧୦୧, ଶିବସେନା (ୟୁବିଟି) ୯୫ ଓ ଏନସିପି (ଏସପି) ୮୬ ସିଟ୍‌ରେ ଲଢୁଛନ୍ତି ।  ସମସ୍ତ ୨୮୮ଟି ଆସନରେ ଅବାଧ, ନିରପେକ୍ଷ ଓ ସ୍ୱଚ୍ଛ ଭାବରେ ମତଦାନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଥିବା କହିଛନ୍ତି ମହାରାଷ୍ଟ୍ରମୁଖ୍ୟ ନିର୍ବାଚନ ଅଧିକାରୀ ଏସ୍ ଚୋକଲିଙ୍ଗମ୍ । ରାଜ୍ୟରେ ପ୍ରାୟ ୫ ଲକ୍ଷ ପୋଲିଂ କର୍ମଚାରୀ ୧ ଲକ୍ଷ ୪ଶହ ୨୭ଟି ମତଦାନ କେନ୍ଦ୍ରରେ ନିୟୋଜିତ ରହିଛନ୍ତି। ସେହିପରି ମତଦାତାମାନେ ନିର୍ଭୟରେ ଭୋଟ୍ ଦେବା ପାଇଁ ୨ ଲକ୍ଷ ପୁଲିସ କର୍ମଚାରୀ ନିୟୋଜିତ ହୋଇଛନ୍ତି ।

ସେହିପରି ଆଜି ଦ୍ୱିତୀୟ ପର୍ୟ୍ୟାୟରେ ଝାଡ଼ଖଣ୍ଡରେ ୩୮ ଆସନରେ ଭୋଟ୍ ପଡ଼ିବ । ଝାଡ଼ଖଣ୍ଡ ବିଧାନସଭାର ମୋଟ୍‌ ୮୧ଟି ଆସନ ରହିଥିବା ବେଳେ ପ୍ରଥମ ପର୍ୟ୍ୟାୟରେ ଭୋଟ୍ ୧୩ ତାରିଖରେ ପଡ଼ିଥିଲା । ମୋଟ ୪୩ଟି ଆସନ ଲାଗି ମତଦାନ ହୋଇଥିଲା । ଏଥର ଦ୍ୱିତୀୟ ପର୍ଯ୍ୟାୟରେ ମୈଦାନରେ ମୋଟ୍‌ ୫୨୮ ପ୍ରାର୍ଥୀ ରହିଛନ୍ତି । ପାଖାପଖି ୧ କୋଟି ୨୩ ଲକ୍ଷ ମତଦାତା ଭୋଟ୍ ଦେବେ । ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଅଗ୍ନିପରୀକ୍ଷା ରହିଛି । ଏହି ପର୍ୟ୍ୟାୟରେ ପତ୍ନୀ କଳ୍ପନା ସୋରେନଙ୍କ ଭାଗ୍ୟ ନିର୍ଣ୍ଣୟ ହେବ । ମୋଟ୍‌ ୧୪ ହଜାର ୨୧୮ ମତଦାନ କେନ୍ଦ୍ରରେ ଭୋଟ୍‌ ଗ୍ରହଣ ହେଉଥିବା ବେଳେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଅନ୍ୟପଟେ ଝାଡ଼ଖଣ୍ଡ ଓ ମହାରାଷ୍ଟ୍ର ସମେତ ଉତ୍ତରପ୍ରଦେଶରେ ବି ବିଧାନସଭା ଉପ-ନିର୍ବାଚନ ପାଇଁ ମତଦାନ ଅନୁଷ୍ଠିତ ହେବ। ଆଜି ଉତ୍ତର ପ୍ରଦେଶରେ ଥିବା ୯ଟି ଆସନରେ ଭୋଟିଂ ହେଉଥିବା ବେଳେ ଏହି ସମସ୍ତ ରାଜ୍ୟରେ ହେବାକୁ ଥିବା ନିର୍ବାଚନର ଫଳାଫଳ ନଭେମ୍ବର ୨୩ରେ ଗଣନା କରାଯିବ।

 

Tags: electionmaharastra
ShareTweetShareSend
Sanchar Live

Sanchar Live

Next Post
ଗୋଟିଏ ଦିନ ବଢ଼ିଲା କଟକର ଐତିହାସିକ ବାଲିଯାତ୍ରା

ଗୋଟିଏ ଦିନ ବଢ଼ିଲା କଟକର ଐତିହାସିକ ବାଲିଯାତ୍ରା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.