ସଂଚାର ବ୍ୟୁରୋ: ଆଜି ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । ଏନେଇ ଚଳଚଞ୍ଚଳ ହୋଇ ଉଠିଛି କଳାହାଣ୍ଡି ଜିଲ୍ଲା । ଭବାନୀପାଟଣା ସହର ପଶ୍ଚିମ ଉପକଣ୍ଠରେ ଥିବା ଫାଶୀ ଡଙ୍ଗର ଜେନାଖାଲରେ ମାଣିକେଶ୍ୱରୀଙ୍କ ଗୁପ୍ତ ରୀତିନୀତିରେ ପୂଜାର୍ଚ୍ଚନା ସାରି ମନ୍ଦିର ଅଭିମୁଖେ ବାହାରିଛି ମାଙ୍କ ବିଜୟ ପ୍ରତିମା ଛତର । ରାସ୍ତାରେ ଭକ୍ତମାନେ ଧୂପ, ଦୀପ, ନୈବେଦ୍ୟ ଅର୍ପଣ କରିଛନ୍ତି । ଶାନ୍ତିର ପ୍ରତୀକ ଭାବେ ଶହଶହ ପାରାକୁ ଦେବୀଙ୍କ ଛତର ଉପରେ ଉଡ଼ାଇବାର ପରମ୍ପରା ଦେଖିବାକୁ ମିଳିଛି । ଜେନା ବାଦ୍ୟ ଓ ବୀର ବାଦ୍ୟ ଘୁମୁରାର ତାଳେ ତାଳେ ମା’ଙ୍କୁ ପାଛୋଟି ନେଉଛନ୍ତି ଶ୍ରଦ୍ଧାଳୁ । ଏହି ପ୍ରସିଦ୍ଧ ଯାତ୍ରାରେ ମାଣିକେଶ୍ବରୀଙ୍କ ଦର୍ଶନ ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ମା’ ମାଣିକେଶ୍ବରୀଙ୍କ ପାଖରେ ବଳି ଦିଆଯିବା ଏକ ସ୍ବତନ୍ତ୍ର ପରମ୍ପରା ରହିଛି । ରୀତିନୀତି ଅନୁଯାୟୀ ହଜାର ହଜାର ବର୍ଷ ଧରି ଏହି ଯାତ୍ରାକୁ ପାଳନ କରିଆସୁଛନ୍ତି କଳାହାଣ୍ଡିବାସୀ । ସେପଟେ ମାଙ୍କ ବିଜୟ ପ୍ରତିମା ଛତର ବାହାରିବା ପରେ ପରେ ମାନସିକ ଧାରି ବୋଦା, କୁକୁଡ଼ା ଆଦି ବଳି ଦେବା ଆରମ୍ଭ ହୋଇ ସାରିଛି।

